ଭୁବନେଶ୍ୱର,୨୨।୭ : ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ କ୍ୟାରିୟରରେ ଯୋଡ଼ିହେଲା ଆଉଏକ ସଫଳତା।ପଶ୍ଚିମବଙ୍ଗର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ରେକର୍ଡ ଭାଙ୍ଗି ଦେଶର ଦ୍ୱିତୀୟ ଦୀର୍ଘତମ ଅବଧି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ନବୀନ ପଟ୍ଟନାୟକ। ଜ୍ୟୋତି ବସୁ ୨୩ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ରହିଥିଲେ। ଶନିବାର ନବୀନ ଏହି ଅବଧି ପୂରଣ କରିଛନ୍ତି। ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ଗ୍ରହଣ କରିଥିଲେ ନବୀନ। ତା’ପରଠୁ ସେ ଲଗାତର ପଞ୍ଚମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟଭାର ସମ୍ଭାଳି ଆସୁଛନ୍ତି। ଜ୍ୟୋତି ବସୁ ପଶ୍ଚିମବଙ୍ଗରେ ସିପିଏମର ୩୪ ବର୍ଷ ସରକାରରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ରହିଥିଲେ । ନବୀନ ଜ୍ୟୋତି ବସୁଙ୍କୁ ପଛରେ ପକାଇ ଦ୍ୱିତୀୟ ସର୍ବାଧିକ ଅବଧିର ମୁଖ୍ୟମନ୍ତ୍ରୀ ବନିଛନ୍ତି । ଅନ୍ୟପକ୍ଷରେ ଏବେବି ପ୍ରଥମ ସ୍ଥାନରେ ସିକ୍କିମର ତତ୍କାଳୀନ ମୁଖ୍ୟମନ୍ତ୍ରୀ ପୱନ୍ କୁମାର ଚାମଲିଙ୍ଗ ରହିଛନ୍ତି । ତାଙ୍କର ମୁଖ୍ୟମନ୍ତ୍ରିତ୍ବ ଅବଧି ରହିଛି ୨୪ ବର୍ଷ ୧୬୬ ଦିନ ।୧୯୯୭ରେ ନବୀନ ରାଜନୀତିରେ ପାଦ ଥାପିଥିଲେ। ୨୦୦୦ ମାର୍ଚ୍ଚ ୫ରେ ସେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବରେ ନିର୍ବାଚିତ ହୋଇଥିଲେ। ସେବେଠୁ କ୍ରମାଗତ ୫ଥର ଓଡ଼ିଶାବାସୀ ତାଙ୍କୁ ମୁଖ୍ୟମନ୍ତ୍ରୀ ଆସନରେ ବସାଇଛନ୍ତି। ତାଙ୍କ ନେତୃତ୍ବାଧୀନ ବିଜୁ ଜନତା ଦଳ ଏପର୍ଯ୍ୟନ୍ତ ପରାଜୟର ସ୍ବାଦ ଚାଖିନି। ୨୩ବର୍ଷ ଧରି ନବୀନ ପଟ୍ଟନାୟକ ଓଡ଼ିଶାର ଅର୍ଥନୀତି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଖାଦ୍ୟ ନିରାପତ୍ତା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିଛନ୍ତି। ସେହିପରି ଶିଳ୍ପାୟନରେ ଓଡ଼ିଶାର ନୂଆ ଅଧ୍ୟାୟ ଆରମ୍ଭ ହୋଇଛି। ବିଦେଶ ପୁଞ୍ଜିନିବେଶରେ ଓଡ଼ିଶା ଦେଶରେ ଦ୍ବିତୀୟ ସ୍ଥାନ ହାସଲ କରିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |