ଭୁବନେଶ୍ୱର,୨୩।୭:ରାଜ୍ୟରେ ସଂଶୋଧିତ ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତ ନିମନ୍ତେ ଘରକୁ ଘରୁ ସର୍ଭେ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏକମାସ ଧରି ଅର୍ଥାତ ଅଗଷ୍ଟ ୨୧ତାରିଖ ପର୍ଯ୍ୟନ୍ତ ଏହି ସର୍ଭେ ଚାଲିବ । ରାଜ୍ୟର ମୋଟ ୩୭୬୦୭ଜଣ ବୁଥସ୍ତରୀୟ ଅଧିକାରୀମାନେ ସମସ୍ତ ୩୦ଟି ଜିଲ୍ଲାର ୧୪୭ଟି ବିଧାନସଭା ମଣ୍ଡଳୀର ଘରକୁ ଘର ବୁଲି ଭୋଟରଙ୍କ ତଥ୍ୟ ସଂଗ୍ରହ କରିବେ । ଯେଉଁମାନଙ୍କ ନାଁ ଭୋଟର ତାଲିକାରୁ ବାଦ୍ ପଡ଼ିଛି ସେମାନଙ୍କ ନାମକୁ ଯୋଗ କରିବା ସହ ଯାହାଙ୍କ ବୟସ ୨୦୨୩ ଅକ୍ଟୋବର ୧ତାରିଖ ସୁଦ୍ଧା ୧୮ବର୍ଷ ହୋଇଥିବ ସେମାନଙ୍କୁ ତାଲିକାଭୁକ୍ତ କରାଇବା, ଅନ୍ୟତ୍ର ସ୍ଥାନାନ୍ତର ହୋଇଥିବା ଭୋଟରଙ୍କ ନାଁ ବାଦ୍ ଦେବା ଓ ଭୋଟର ତାଲିକାରୁ ମୃତ ବ୍ୟକ୍ତିଙ୍କ ନାଁ ବାଦ୍ ଦେବା ପାଇଁ ଏହି ସର୍ଭେ କରାଯାଉଛି । ବୁଥସ୍ତରୀୟ ଅଧିକାରୀମାନେ ଘରକୁ ଘର ବୁଲି ତଥ୍ୟ ସଂଗ୍ରହ କରିବେ ଓ ସେମାନଙ୍କୁ ସହଯୋଗ କରି ସଠିକ୍ ତଥ୍ୟ ପ୍ରଦାନ କରିବା ସହ ଗଣତନ୍ତ୍ରକୁ ସୁଦୃଢ଼ କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ନିବେଦନ କରିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |