ଆସନ୍ତା ୯ ତାରିଖରେ ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ,୧।୮ :  ଆସନ୍ତା ୯ରେ ମହାପ୍ରଭୁଙ୍କର ବନକଲାଗି ନୀତି ହେବା ନେଇ ନିଷ୍ପତି କରାଯାଇଛି । ଏନେଇ ଶ୍ରୀ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ସୂଚନା ଅନୁସାରେ, ଦତ୍ତମହାପାତ୍ର ନିଯୋଗ ଏବଂ ମନ୍ଦିରର ପ୍ରଶାସନ ମଧ୍ୟରେ ବନଲାଗି ନୀତିକୁ ନେଇ ଅନେକ ବାଦ ବିବାଦ ଲାଗି ରହିଥିଲା । ଯାହାଫଳରେ ନୀଳାନ୍ଦ୍ରିବିଜେ ପରଠାରୁ ଏହି ନୀତିଟି ପାଳନ କରାଯାଇ ପରିନଥିଲା ।  ବିଶେଷ ନୀତି ଥିବାରୁ କାଲି ବନକଲାଗି ହେବନି । ତେଣୁ ଆସନ୍ତା ୯ ତାରିଖ ବୁଧବାର ବନକଲାଗି ପାଇଁ ନିଷ୍ପତ୍ତି ନିଆଯାଇଛି । ଶ୍ରୀମନ୍ଦିର ପ୍ରଶାସନ ଓ ସେବାୟତ ବିବାଦ କାରଣରୁ ଦିନକୁ ଦିନ ମଳିନ ପଡ଼ିଆସୁଥିବା ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ଆସନ୍ତା ବୁଧବାର ହେବ | ତ୍ନଭଣ୍ଡାର ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ହାଇକୋର୍ଟରେ ଦାଖଲ ହୋଇଛି ସତ୍ୟପାଠ । ଶେଷଥର ପାଇଁ ଗତ ୧୯୭୮ ମସିହାରେ ରତ୍ନଭଣ୍ଡାର ଖୋଲାଯାଇ ଅଳଙ୍କାର ଗୁଡ଼ିକର ହିସାବ କରାଯାଇଥିଲା । ଏଥିରେ ପାଖାପାଖି ଦେଢ଼ କ୍ୱିଣ୍ଟାଲ ସୁନା ଅର୍ଥାତ ୧୪୯ କେଜି ୪୬୦ ଗ୍ରାମ ଏବଂ ୧୮୪ କେଜି ରୂପା ରହିଛି ବୋଲି ସତ୍ୟପାଠରେ ଦର୍ଶାଯାଇଛି |ଶ୍ରୀମନ୍ଦିର ନୀତି ପ୍ରଶାସକଙ୍କ ପକ୍ଷରୁ ଦାଖଲ ସତ୍ୟପାଠରେ ଦର୍ଶାଯାଇଛି ଯେ, ରତ୍ନଭଣ୍ଡାରରେ ମୋଟ ୩ଟି କକ୍ଷ ରହିଛି । ଭିତର ରତ୍ନଭଣ୍ଡାରରରେ ରହିଥିବା ଅଳଙ୍କାର ଗୁଡ଼ିକ କେବେବି ବ୍ୟବହାର କରାଯାଏନାହିଁ । ସେହିପରି ବାହାର ରତ୍ନଭଣ୍ଡାରରେ ଥିବା ଅଳଙ୍କାରଗୁଡ଼ିକ ପର୍ବ ପର୍ବାଣୀରେ ବ୍ୟବହାର କରାଯାଇଥାଏ । ଦୈନନ୍ଦିନ ବ୍ୟବହାର ପାଇଁ ଚଳନ୍ତି ଭଣ୍ଡାରର ଅଳଙ୍କାର ବ୍ୟବହାର ହୋଇଥାଏ ବୋଲି ସତ୍ୟପାଠରେ ଉଲ୍ଲେଖ ରହିଛି । ଭିତର ରତ୍ନଭଣ୍ଡାରରେ ୫୦ କେଜି ୬୦୦ ଗ୍ରାମ ସୁନା ଅଳଙ୍କାର ଥିବା ବେଳେ ୧୩୪ କେଜି ୫୦ ଗ୍ରାମର ରୂପା ଅଳଙ୍କାର ରହିଛି । ବାହାର ରତ୍ନଭଣ୍ଡାରରେ ୯୫ କେଜି ୩୨୦ଗ୍ରାମ ସୁନା ଏବଂ ୧୯ କେଜି ୪୮୦ ଗ୍ରାମର ରୂପା ଅଳଙ୍କାର ରହିଥିବା ସତ୍ୟପାଠରେ ଦର୍ଶାଯାଇଛି । ସେହିପରି ମହାପ୍ରଭୁଙ୍କ ନିତିଦିନିଆ ବ୍ୟବହାର ପାଇଁ ଚଳନ୍ତି ଭଣ୍ଡାରରେ ୩ କେଜି ୪୮୦ ଗ୍ରାମର ସୁନା ଏବଂ ୩୦ କେଜି ୩୫୦ ଗ୍ରାମର ରୂପା ଅଳଙ୍କାର ରହିଛି ବୋଲି ସତ୍ୟପାଠରେ ଦର୍ଶାଯାଇଛି । ଏପଟେ ଏହା ପୂର୍ବରୁ ରତ୍ନଭଣ୍ଡାର ସ୍ଥିତି ଭଲ ନଥିବାରୁ ଏହାକୁ ଖୋଲିବା ଲାଗି ପୁରୀ ଗଜପତି ମହାରାଜ ଓ ଜଗନ୍ନାଥଙ୍କ ମୁଖ୍ୟ ବାଡଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ରଙ୍କ ଭଳି ପ୍ରମୁଖ ସେବାୟତ ମଧ୍ୟ ଦାବି କରିଥିଲେ

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!