ଭୁବନେଶ୍ୱର,୧ା୮: କେନ୍ଦ୍ରର ମୋଦି ସରକାରଙ୍କ ବିରୋଧରେ ମିଳିତ ବିରୋଧୀଙ୍କ ଦ୍ୱାରା ଆଗତ ଅନାସ୍ଥା ପ୍ରସ୍ତାବକୁ ବିରୋଧ କରିବ ବିଜେଡି । ଏନେଇ ଦଳ ପକ୍ଷରୁ ବିଦ୍ଧିବଦ୍ଧ ଭାବେ ଘୋଷଣା କରାଯାଇଛି । ଏନେଇ ଜାତୀୟ ଗଣମାଧ୍ୟମ ପିଟିଆଇରେ ରିପୋର୍ଟ ପ୍ରକାଶ ପାଇଛି । ବହୁଚର୍ଚ୍ଚିତ ଦିଲ୍ଲୀ ଅଧ୍ୟାଦେଶ(ଦିଲ୍ଲୀ ସର୍ଭିସ ବିଲ)କୁ ସମର୍ଥନ କରିବା ସହ ଏନଡିଏ ସରକାର ବିରୁଦ୍ଧରେ ବିରୋଧୀ ଦଳ ଆଣିଥିବା ଅନାସ୍ଥା ପ୍ରସ୍ତାବକୁ ବିରୋଧ କରିବ ବୋଲି ବିଜେଡି ଘୋଷଣା କରିଛି । ଏପରିକି ଉଭୟ ବିଲ୍ ଓ ପ୍ରସ୍ତାବ ଆଲୋଚନାବେଳେ ସଂସଦରେ ସାଂସଦମାନଙ୍କୁ ଉପସ୍ଥିତ ରହିବା ପାଇଁ ବିଜେଡି ପକ୍ଷରୁ ୩ ଧାଡ଼ିଆ ହୁଇପ୍ ମଧ୍ୟ ଜାରି ହୋଇଛି ।ବିଜେଡି ସାଂସଦ ତଥା ଦଳର ଜାତୀୟ ମୁଖପାତ୍ର ସସ୍ମିତ ପାତ୍ର ଆଜି ଏନେଇ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ପକ୍ଷରୁ ଲୋକସଭାରେ ଆଜି ଆଗତ ହୋଇଥିବା ଦିଲ୍ଲୀ ସର୍ଭିସ ବିଲକୁ ଉଭୟ ଲୋକସଭା ଓ ରାଜ୍ୟସଭାରେ ବିଜେଡି ସମର୍ଥନ କରିବ ।ମିଳିତ ବିରୋଧୀ I.N.D.I.A ମୋଦି ସରକାରଙ୍କ ବିରୋଧରେ ସଂସଦରେ ଅନାସ୍ଥା ନୋଟିସ ଦେଇଛି । ତେବେ ଏହାକୁ ଲୋକସଭା ବାଚସ୍ପତି ଓମ୍ ବିର୍ଲା ଗ୍ରହଣ କରିଛନ୍ତି । ଯେଉଁଦିନ ଅନାସ୍ଥା ପ୍ରସ୍ତାବ ନେଇ ଆଲୋଚନା ହେବ ସେଦିନ ଏହି ପ୍ରସ୍ତାବ ବିରୋଧରେ ବିଜେଡି କହିବ ବୋଲି ସମ୍ବାଦ ସରବରାହ ସଂସ୍ଥା ପିଟିଆଇ ପକ୍ଷରୁ ସୂଚନା ଦିଆଯାଇଛି । ବିଜେଡି ସାଂସଦ ସସ୍ମିତ ପାତ୍ରଙ୍କ ମନ୍ତବ୍ୟକୁ କୋଟ୍ କରି ଏଭଳି ଖବର ଦେଇଛି ପିଟିଆଇ । ସେହିପରି କେନ୍ଦ୍ର ସରକାର ଆଣୁଥିବା ଦିଲ୍ଲୀ ସର୍ଭିସେସ୍ ଅଡିନାନ୍ସ ବିଲକୁ ମଧ୍ୟ ବିଜେଡି ସମର୍ଥନ କରିବ ବୋଲି ଖବର ଦେଇଛି ପିଟିଆଇ ।ଅନ୍ୟପଟେ ବିଜେଡି ସାଂସଦ ତଥା ଦଳର ଜାତୀୟ ମୁଖପାତ୍ର ସସ୍ମିତ ପାତ୍ର ମଧ୍ୟ ଆଜି ଏନେଇ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, କେନ୍ଦ୍ର ସରକାରଙ୍କ ପକ୍ଷରୁ ଲୋକସଭାରେ ଆଜି ଆଗତ ହୋଇଥିବା ଦିଲ୍ଲୀ ସର୍ଭିସ ବିଲକୁ ଉଭୟ ଲୋକସଭା ଓ ରାଜ୍ୟସଭାରେ ବିଜେଡି ସମର୍ଥନ କରିବ
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |