ରାଜ୍ୟରେ ବର୍ଷା ଜାରି: ୧୦ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର,୨।୮: ରାଜ୍ୟରେ  ଲଘୁଚାପ ପ୍ରଭାବରେ ବର୍ଷା ଜାରି ରହିଛି । ଲଗାତାର ବର୍ଷା ଯୋଗୁଁ ଘରୁ ବାହାରି ହେଉନି । ଆଜି ପ୍ରବଳ ବର୍ଷା ସମ୍ଭାବନା ଯୋଗୁଁ ରାଜ୍ୟ ସରକାର ୧୦ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରିଛନ୍ତି । କେନ୍ଦୁଝର, ବଲାଙ୍ଗିର, ନୂଆପଡା, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୁଳ, ବୌଦ୍ଧରେ ମଧ୍ୟ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସବୁ ସରକାରୀ ଏବଂ ବେସରକାରୀ ସ୍କୁଲ ଛୁଟି ଘୋଷଣା କରାଯାଇଛି । ବନ୍ଦ ରହିବ ସବୁ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନବାଡ଼ି କେନ୍ଦ୍ର । ଲଗାଣ ବର୍ଷା ପାଇଁ ଜିଲ୍ଲାପାଳ ସ୍କୁଲ ଛୁଟି ନେଇ ନୋଟିସ୍ ଜାରି କରିଛନ୍ତି । ଜିଲ୍ଲାର ସମସ୍ତ ବିଡିଓଙ୍କୁ ସଜାଗ ରହିବାକୁ କୁହାଯାଇଛି । ତଳିଆ ଅଂଚଳରେ ବର୍ଷା ସ୍ଥିତି ଦେଖି ଲୋକଙ୍କୁ ସ୍ଥାନାନ୍ତର କରାଯିବ । ମାଟି ଘରେ ରହୁଥିବା ଅଂଚଳରେ ଅଧିକ ଧ୍ୟାନ ଦେବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସେପଟେ ବଙ୍ଗୋପସାଗରରେ ସୃଷ୍ଟି ଅବପାତ ଗଭୀର ଅବପାତରେ ପରିଣତ ହୋଇଛି । ଗଭୀର ଅବପାତଟି ଘଣ୍ଟା ପ୍ରତି ୨୫ କିଲୋମିଟର ବେଗରେ ଉତ୍ତର ଏବଂ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ବାଂଲାଦେଶ ଖେପୁପଡ଼ା ପାଖାପାଖି ଉପକୂଳ ଛୁଇଁବା ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ମୁହାଁ ହୋଇ ଗାଙ୍ଗେୟ ଉପତ୍ୟକା ଆଡ଼କୁ ଯିବ । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି ।  ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ ହୋଇଥିବାରୁ, ସବୁ ସରକାରୀ ଓ ବେସରକାରୀ ସ୍କୁଲ ସହ ଅଙ୍ଗନବାଡି ଛୁଟି ଘୋଷଣା କରାଯାଇଛି । ଲଗାଣ ବର୍ଷା ଲାଗି ଜିଲ୍ଲାପାଳ ସ୍କୁଲ ଛୁଟି ନୋଟିସ ଜାରି କରିଛନ୍ତି । ଅନ୍ୟପଟେ କେନ୍ଦୁଝର ଜିଲ୍ଲାରେ ମଧ୍ୟ ଆଜି ସମସ୍ତ ସ୍କୁଲ ପାଇଁ ଛୁଟି ଘୋଷଣା କରାଯାଇଛି । କେନ୍ଦୁଝରରେ ସବୁ ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରହିବ । ଆଜି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସ୍କୁଲ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିବା ଜଣାଇଲେ ଜିଲ୍ଲା ଶିକ୍ଷାଧିକାରୀ ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!