ଭୁବନେଶ୍ୱର,୭ା୮:ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ମଧ୍ୟମ ଧରଣର ବର୍ଷା ହେବ । ମୌସୁମୀ ନିମ୍ନ ଚାପରେଖା ସକ୍ରିୟ ରହିଥିବା ବେଳେ ବିହାର ଏବଂ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ଘଡଘଡି ବିଜୁଳି ସହ ବର୍ଷା ନେଇ ଉତ୍ତର ଏବଂ ଉପକୂଳ ଓଡ଼ିଶାର ୬ଟି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୮ ତାରିଖରେ ବର୍ଷାର ପରିମାଣ ସାମାନ୍ୟ ବୃଦ୍ଧି ହେବା ସହ କିଛି ସ୍ଥାନରେ ବଜ୍ରପାତ ନେଇ ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁର ଏବଂ ଭଦ୍ରକ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ତେବେ ୧୦ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ସେପଟେ ଆଜି ପର୍ଯ୍ୟନ୍ତ ୬୩୯.୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି ଯାହା ସ୍ବାଭାବିକ ବର୍ଷା ଠାରୁ ୨ ପ୍ରତିଶତ ଅଧିକ । ପୁରୀ, କେନ୍ଦ୍ରାପଡା, ଗଞ୍ଜାମ, କଳାହାଣ୍ଡି ଏବଂ ନବରଙ୍ଗପୁରରେ ୨୦ ରୁ ୫୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୧୭ ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି |ଜୁନ୍ ଓ ଜୁଲାଇରେ ରାଜ୍ୟକୁ ନିଅଣ୍ଟିଆ ବର୍ଷାର ସମ୍ମୁଖୀନ ହେବାକୁ ପଡିଛି। ବର୍ଷା ଅଭାବରୁ ରାଜ୍ୟରେ ଚାଷକାର୍ଯ୍ୟ ମାନ୍ଦା ପଡିଥିଲା। ତେବେ ଜୁଲାଇ ୩୦ ତାରିଖରେ ସୃଷ୍ଟି ହୋଇଥିବା ଲଘୁଚାପ ରାଜ୍ୟକୁ ପର୍ଯ୍ୟାପ୍ତ ବର୍ଷା ଦେଇଛି। ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଜୁନ ପହିଲାରୁ ଅଗଷ୍ଟ ୬ ତାରିଖ ମଧ୍ୟରେ ରାଜ୍ୟରେ ସ୍ବାଭାବିକଠାରୁ ୨% ଅଧିକ ବର୍ଷା ହୋଇଛି। ଏହି ସମୟ ମଧ୍ୟରେ ସ୍ବାଭାବିକ ଭାବେ ୬୨୯.୩ ମିଲିମିଟର ବର୍ଷା ହେବାକୁ ଥିବା ବେଳେ ହୋଇଛି ମାତ୍ର ୬୩୯.୪ ପ୍ରତିଶତ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |