ବିଦ୍ୟାଳୟରେ ନାମ ଲେଖାଇବା ବେଳେ ଆଧାରକାର୍ଡ ବାଧ୍ୟତାମୂଳକ ନୁହେଁ

ଭୁବନେଶ୍ୱର,,୮।୮:ସ୍କୁଲ୍‌ରେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ। ଏନେଇ ମଙ୍ଗଳବାର ସମସ୍ତ ଜିଲ୍ଲା ଶିକ୍ଷାଧିକାରୀ (ଡିଇଓ)ଙ୍କୁ ଚିଠି ଲେଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଅଶ୍ୱଥୀ ଏସ୍‌। ଏହି ନିର୍ଦ୍ଦେଶ ସମ୍ପର୍କରେ ସମସ୍ତ ପ୍ରଧାନଶିକ୍ଷକଙ୍କୁ ଅବଗତ କରିବାକୁ ଡିଇଓମାନଙ୍କୁ କୁହାଯାଇଛି। କିଛି ସ୍କୁଲରେ ପ୍ରଧାନଶିକ୍ଷକମାନେ ନାମଲେଖା ପାଇଁ ପିଲାମାନଙ୍କ ଆଧାରକାର୍ଡ ଜମା କରିବାକୁ ଅଭିଭାବକମାନଙ୍କୁ କହୁଥିବା କଥା ସାମ୍ନାକୁ ଆସିବା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଏଭଳି ନିର୍ଦ୍ଦେଶ ଜାରି କରିଛନ୍ତି।ଏଥିରେ ସ୍ପଷ୍ଟ ଭାବେ ଉଲ୍ଲେଖ କରାଯାଇଛି ଯେ ସ୍କୁଲରେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନାହିଁ। ଆଧାର କାର୍ଡ ଥାଉ ବା ନଥାଉ ପିଲାମାନଙ୍କୁ ସ୍କୁଲ୍‌ରେ ନାମ ଲେଖାଇବାକୁ ଅବଶ୍ୟ ଅନୁମତି ମିଳିବ| ସୂଚନାଯୋଗ୍ୟ, ଚଳିତ ଶିକ୍ଷାବର୍ଷ ଆରମ୍ଭ ହୋଇ ସାରିଥିବା ବେଳେ କିଛି ଶିକ୍ଷାନୁଷ୍ଠାନରେ ଏବେବି ନାମଲେଖା ଜାରି ରହିଛି। ନାମଲେଖାକୁ ସହଜ ଓ ସରଳ କରିବା ଲାଗି ପୂର୍ବରୁ ନିର୍ଦ୍ଦେଶ ଦିଆ ଯାଇଥିଲା। କେତେକ ବିଦ୍ୟାଳୟରେ ନାମଲେଖା ସମୟରେ ଅଭିଭାବକଙ୍କୁ ପ୍ରଧାନଶିକ୍ଷକ ଆଧାରକାର୍ଡ ମାଗୁଥିବା ନଜରକୁ ଆସିଛି । ତେବେ ନାମଲେଖା ପାଇଁ ଆଧାର କାର୍ଡ ବାଧ୍ୟତାମୂଳକ ନୁହେଁ । ଆଧାରକାର୍ଡ ବିନା ନାମଲେଖା ହୋଇ ପାରିବ ବୋଲି ସଚିବ ସବୁ ଜିଲ୍ଲାର ଡିଇଓଙ୍କୁ ଚିଠି କରିଛନ୍ତି। ପରେ ଆଧାରକାର୍ଡ ପ୍ରସ୍ତୁତ କରି ଜମା କରିପାରିବେ ଛାତ୍ରଛାତ୍ରୀ । ସଚିବ ଚିଠିରେ ଲେଖିଛନ୍ତି, ନାମଲେଖା ପାଇଁ ଆଧାରକାର୍ଡ ଆବଶ୍ୟକ ନାହିଁ । ପରବର୍ତ୍ତୀ ସମୟରେ ଛାତ୍ରଛାତ୍ରୀ ଜିଲ୍ଲାର ଅଧିକାରୀଙ୍କୁ ଯୋଗାଯୋଗ କରି ଆଧାର କାର୍ଡ ସଂଗ୍ରହ କରି ପାରିବେ। ଏନେଇ ସମସ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କୁ ଜଣାଇବାକୁ ଡିଇଓଙ୍କୁ ଚିଠି କରିଛନ୍ତି ବିଭାଗୀୟ ସଚିବ। ବିଦ୍ୟାଳୟରେ ସୁରୁଖୁରୁରେ ନାମଲେଖା ପାଇଁ ଏବାବଦରେ ପ୍ରଧାନଶିକ୍ଷକମାନଂକୁ ଅବଗତ କରିବାକୁ ସବୁ ଜିଲ୍ଲା ଶିକ୍ଷା ଅଧିକାରୀଂକୁ ନିର୍ଦ୍ଦେଶ ରହିଛି । ଏଥିରେ ଖିଲାପ କଲେ ତାକୁ ଗୁରୁତ୍ବର ଭାବେ ନିଆଯିବ ବୋଲି ଚିଠିରେ ଉଲ୍ଲେଖ ରହିଛି ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!