ନୂଆଦିଲ୍ଲୀ,୮।୮: ନିର୍ବାଚନ ଆୟୋଗ ଦେଶରେ ୬ଟି ରାଜ୍ୟରେ ଉପ-ନିର୍ବାଚନ ଘୋଷଣା କରିଛନ୍ତି। ଏହି ରାଜ୍ୟଗୁଡିକ ହେଲା, ଝାଡ଼ଖଣ୍ଡ, ତ୍ରିପୁରା, କେରଳ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ ଏବଂ ଉତ୍ତରାଖଣ୍ଡ। ଏହି ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ସେପ୍ଟେମ୍ବର ୫ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ।୬ ରାଜ୍ୟର ୭ ବିଧାନସଭା ଆସନ ପାଇଁ ମଙ୍ଗଳବାର ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ୬ ରାଜ୍ୟ ହେଉଛି ଝାଡ଼ଖଣ୍ଡ, ତ୍ରିପୁରା, କେରଳ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶ ଓ ଉତ୍ତରାଖଣ୍ଡ। ଏହି ୬ ରାଜ୍ୟରେ ସେପ୍ଟେମ୍ବର ୫ ତାରିଖରେ ମତଦାନ ଅନୁଷ୍ଠିତ ହେବ ଏବଂ ସେପ୍ଟେମ୍ବର ୮ରେ ଫଳାଫଳ ପ୍ରକାଶ ପାଇବ ବୋଲି ଘୋଷଣା କରାଯାଇଛି|୬ଟି ରାଜ୍ୟ ମଧ୍ୟରୁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ, କେରଳ, ଝାଡ଼ଖଣ୍ଡ ଓ ଉତ୍ତରାଖଣ୍ଡରେ ଗୋଟିଏ ଲେଖାଏଁ ଆସନ ଥିବା ବେଳେ ତ୍ରିପୁରାରେ ବିଧାନସଭା ୨ଟି ଆସନ ରହିଛି। ଉତ୍ତରପ୍ରଦେଶର ଘୋସି, ଉତ୍ତରାଖଣ୍ଡର ବାଗେଶ୍ୱର, ପଶ୍ଚିମବଙ୍ଗର ଧୁପଗୁଡ଼ି, ଝାଡ଼ଖଣ୍ଡର ଡୁମରୀ, କେରଳର ପୁଥୁପଲ୍ଲୀ, ତ୍ରିପୁରାର ବୋକ୍ସାନଗର ଓ ଧାନପୁରରେ ମତଦାନ ହେବ ବୋଲି ନିର୍ବାଚନ କମିଶନ ସୂଚନା ଦେଇଛନ୍ତି। ଏହି ୭ଟି ଆସନ ମଧ୍ୟରୁ ୫ଟି ଆସନର ବିଧାୟକଙ୍କ ମୃତ୍ୟୁ ଯୋଗୁଁ ଏବଂ ଅନ୍ୟ ୨ଟି ଆସନରେ ପ୍ରାର୍ଥୀଙ୍କ ଇସ୍ତଫା ଯୋଗୁଁ ଏସବୁ ଆସନଗୁଡ଼ିକ ଖାଲି ପଡ଼ିଛି। ତେଣୁ ଏହି ଆସନଗୁଡ଼ିକ ପାଇଁ ଉପନିର୍ବାଚନ ହେବ। ଉପନିର୍ବାଚନ ପାଇଁ ଅଗଷ୍ଟ ୧୦ରେ ବିଜ୍ଞପ୍ତି ପ୍ରକାଶ ପାଇବ। ସେହିପରି ମନୋନୟନ ପତ୍ର ଦାଖଲର ଶେଷ ତାରିଖ ଅଗଷ୍ଟ ୧୭ ରଖାଯାଇଥିବା ବେଳେ ପ୍ରତ୍ୟାହାରର ଶେଷ ତାରିଖ ଅଗଷ୍ଟ ୨୧ ରହିଛି। ସେପ୍ଟେମ୍ବର ୫ରେ ଭୋଟ୍ ଗ୍ରହଣ ଏବଂ ସେପ୍ଟେମ୍ବର ୮ରେ ଭୋଟ୍ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |