ପୁରୀ,୯।୮:ଆଜି ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଏଥିଲାଗି ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦତ୍ତ ମହାପାତ୍ର ସେବକ ଓ ମନ୍ଦିର ପ୍ରଶାସନ ମଧ୍ୟରେ ବିବାଦ କାରଣରୁ ଦୀର୍ଘ ୪୦ ଦିନ ଧରି ଶ୍ରୀଜିଉଙ୍କ ବନକଲାଗି ନୀତି ହୋଇପାରିନଥିଲା। ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆବଶ୍ୟକ ସାମଗ୍ରୀ କଜ୍ଜଳ, ହିଙ୍ଗୁଳ, କେଶର ଓ ହରିତାଳ ଯୋଗାଇ ଦିଆଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ରତ୍ନ ସିଂହାସନ ଉପରେ ଚଢ଼ି ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶିଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଏହି ସମୟରେ ମୁଖ୍ୟ ମନ୍ଦିରର ସମସ୍ତ ଦ୍ୱାର ବନ୍ଦ ରହିବ।ସେଵାୟତ-ଶ୍ରୀମନ୍ଦିର ପ୍ରଶାସନ ବିବାଦ ଯୋଗୁଁ ନୀଳାଦ୍ରି ବିଜେ ପରେ ହେବାକୁ ଥିବା ବନକଲାଗି ନୀତି ହୋଇପାରିନଥିଲା । ଆଜି ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ହେବାପରେ ବନକଲାଗି ନୀତି ଅନୁଷ୍ଠିତ ହେବ । ତେଣୁ ସନ୍ଧ୍ୟା ୬ରୁ ରାତ୍ର ୧୧ ପର୍ଯ୍ୟନ୍ତ ୫ଘଣ୍ଟା ଧରି ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |