ଭୁବନେଶ୍ୱର,୯ା୮: ଏଏସଓ ଚୟନ ପ୍ରକ୍ରିୟା ଉପରେ ଲାଗିଲା ରୋକ୍ । ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ପରିଚାଳିତ ASO ଚୟନ ପ୍ରକ୍ରିୟା ଅଗ୍ରଗତି ଉପରେ ଆଜି ହାଇକୋର୍ଟ ରୋକ୍ ଲଗାଇଛନ୍ତି। ଜବାବ ଦାଖଲ ପାଇଁ ପ୍ରତିପକ୍ଷ ଓପିଏସ୍ସିକୁ ନୋଟିସ ଜାରି କରିଛନ୍ତି। ଆସନ୍ତା ସେପ୍ଟେମ୍ବର ୨୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି କୋର୍ଟ ଧାର୍ଯ୍ୟ କରିଛନ୍ତି।ଗତ ବର୍ଷ ଅଗଷ୍ଟ ମାସରେ ୭୯୬ଟି ASO ପଦବୀ ପାଇଁ ପରୀକ୍ଷା କରି ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଯେଉଁ ମେରିଟ ଲିଷ୍ଟ ପ୍ରକାଶ କରାଯାଇଥିଲା ମେ’ ୧୯ ତାରିଖରେ ତାକୁ ମଧ୍ୟ ହାଇକୋର୍ଟ ଖାରଜ କରି ଦେଇଥିଲେ। ଏହା ସହିତ ୨ ମାସ ମଧ୍ୟରେ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ କୋର୍ଟ ଓପିଏସ୍ସିକୁ ନିର୍ଦ୍ଦେଶ ଦେଇଥିଲେ। ଲିଖିତ ପରୀକ୍ଷାରେ ପିଲାମାନେ ପାଇଥିବା ମୋଟ ମାର୍କ ଆଧାରରେ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ।ପୂର୍ବରୁ ଏଏସଓ ଚୟନ ପ୍ରକ୍ରିୟା ବିବାଦ ମାମଲାରେ ଶୁଣାଣି ଶେଷ ହୋଇଥିଲା । ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ । ଓପିଏସସି ଦ୍ୱାରା ପ୍ରକାଶିତ ମେରିଟ ଲିଷ୍ଟକୁ ଉଚ୍ଚ ନ୍ୟାୟାଳୟ ଖାରଜ କରିଥିଲେ । ଏହାପରେ ସାନି ମେରିଟ ଲିଷ୍ଟ ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ହାଇକୋର୍ଟଙ୍କ ରାୟକୁ ଅବମାନନା କରିଥିଲେ କୃତକାର୍ଯ୍ୟ ପରୀକ୍ଷାର୍ଥୀ । ଏହାକୁ ଚ୍ୟାଲେଞ୍ଜ କରି ଦୁଇଟି ମାମଲା ମଧ୍ୟ ରୁଜୁ କରାଯାଇଥିଲା । ନିଷ୍ପତ୍ତିର ପୁନର୍ବିଚାର ଓ ପକ୍ଷ ନ ଥିବାରୁ ରିଟ୍ ପିଟିସନ୍ ହୋଇଥିଲା । ଏହା ପରେ ୬ ସପ୍ତାହ ମଧ୍ୟରେ ଚୟନ ପ୍ରକ୍ରିୟା ସଂପୂର୍ଣ୍ଣ କରିବା ଲାଗି ଓପିଏସସିକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |