ଘରୁ ମଶା ବାହାରିଲେ ଗଣିବେ ଫାଇନ୍ : ବିଏମ୍‌ସି

ଭୁବନେଶ୍ୱର,୯ା୮:ଘର ଘର ବୁଲି ଡେଙ୍ଗୁ ମଶା ଖୋଜିବ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଯଦି ଘରେ ବା ଘର ଆଖପାଖରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ଅଥବା ଡେଙ୍ଗୁ ମଶା ଦେଖିବାକୁ ମିଳେ ତେବେ ହଜାରେ ଟଙ୍କା ଫାଇନ କରିବ ବିଏମସି । ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ, ଅଫିସ ଆଦି କୋଠାରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ତାହାହେଲେ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ କରିବ ବିଏମସି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି। ଆସନ୍ତା ୧୫ ତାରିଖ ପରେ ବିଏମସି ଟିମ ଘର ଘର ଯାଞ୍ଚ କରିବ ବୋଲି ସୂଚନା ଦିଆଯାଇଛି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସହରରେ ଘର ଘର ବୁଲି ମଶା ଯାଞ୍ଚ କରାଯିବ । ଯଦି ଘରେ ଡେଙ୍ଗୁ ମଶା ବଂଶବୃଦ୍ଧି ପାଇଁ ପରିବେଶ ଥାଏ ତେବେ ୧୦୦୦ ଟଙ୍କା ଫାଇନ୍‌ କରିବ ବିଏମ୍‌ସି । ସେହିପରି ବ୍ୟବସାୟିକ ପ୍ରତିଷ୍ଠାନ, ଅଫିସ ଆଦି କୋଠାରେ ଏଭଳି ପରିବେଶ ଥିଲେ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଫାଇନ୍‌ କରିବ ବିଏମ୍‌ସି । ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି । ଆସନ୍ତା ୧୫ ତାରିଖ ପରେ ବିଏମ୍‌ସି ଟିମ୍‌ ଘର ଘର ଯାଞ୍ଚ କରିବ ବୋଲି ସୂଚନା ଦିଆଯାଇଛି । ବର୍ତ୍ତମାନ ସହରରେ ଘାସ ଓ ଅନାବନା ଗଛ କାଟିବା (ବୁଶ୍ କଟିଂ)କୁ କଡ଼ାକଡ଼ି କରିବା ପାଇଁ ସଂପୃକ୍ତ ସଫେଇ ସଂସ୍ଥାଙ୍କୁ ନିର୍ଦେଶ ଦିଆଯାଇଛି । ଯେଉଁଠାରେ ସଫେଇ ସଂସ୍ଥା ବୁଶ୍ କଟିଂ କରିନଥିବେ, ତାହା ବିଏମ୍‌ସି କରିବ ଏବଂ ଆବଶ୍ୟକୀୟ ଖର୍ଚ୍ଚ ସଂପୃକ୍ତ ସଂସ୍ଥାକୁ ବହନ କରିବାକୁ ପଡ଼ିବ। ଏହାସହ ପ୍ରତି ୱାର୍ଡରେ ଏକ ନିରୀକ୍ଷଣ ବା ସର୍ଭେଲାନ୍ସ ଟିମ୍ ଡେଙ୍ଗୁ ସ୍ଥିତି ଯାଞ୍ଚ କରିବା ସହିତ ସଚେତନତା କରାଇବେ ଏବଂ ମଶା ଉତ୍ପତ୍ତିସ୍ଥଳ ନଷ୍ଟ କରିବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!