ଭୁବନେଶ୍ୱର,୧୦ା୮ : ରାଜ୍ୟରେ ଥିବା ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଏବେ ଛାତ୍ରଛାତ୍ରୀଙ୍କୁ ମାଗଣା ପୁସ୍ତକ ଯୋଗାଇ ଦିଆଯିବ । ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ପରି ଘରୋଇ ବିଦ୍ୟାଳୟରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ମଧ୍ୟ ଏହି ସୁବିଧା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଜାରି କରିଛନ୍ତି । ଏହି ଯୋଜନାକୁ 5T ଉପକ୍ରମରେ ହାତକୁ ନିଆଯାଇଛି ।ରାଜ୍ୟର ଘରୋଇ ତଥା ଅଣ ଅନୁଦାନପ୍ରାପ୍ତ ଓଡ଼ିଆ ମାଧ୍ୟମ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଭଳି ମାଗଣା ପାଠ୍ୟପୁସ୍ତକ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। 5T ଉପକ୍ରମରେ ଏହି ଯୋଜନା ହାତକୁ ନିଆଯାଇଛି। ଆଗାମୀ ଶିକ୍ଷାବର୍ଷ ଅର୍ଥାତ୍ ୨୦୨୪-୨୫ ବର୍ଷରୁ ଏହି ଯୋଜନା କାର୍ଯ୍ୟକାରୀ କରାଯିବ। ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ରାଜ୍ୟ ସରକାର ଯୋଗାଇ ଦେବେ ମାଗଣା ପାଠ୍ୟପୁସ୍ତକ। ଏହା ଦ୍ୱାରା ରାଜ୍ୟର ୩୬୨୦ଟି ଘରୋଇ ତଥା ଅଣ ଅନୁଦାନ ପ୍ରାପ୍ତ ବିଦ୍ୟାଳୟର ୫ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାର ବାର୍ଷିକ ୯ କୋଟି ୪୩ ଲକ୍ଷ ଟଙ୍କା ଖର୍ଚ୍ଚ କରିବେ
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |