ନୂଆଦିଲ୍ଲୀ: ଆଜିଠାରୁ ଆରମ୍ଭ ହେଉଛି ହର ଘର ତ୍ରିରଙ୍ଗା ୨.୦ କାର୍ଯ୍ୟକ୍ରମ । ୭୭ ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଦେଶର ଦାୟିତ୍ୱବାନ ନାଗରିକ ଭାବରେ ନିଜ ଘରେ ବା ଅଫିସରେ ତ୍ରିରଙ୍ଗା ପତାକାକୁ ସମ୍ମାନ ଦେବାକୁ ଆହ୍ୱାନ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଆଜିଠୁ ସ୍ୱାଧୀନତା ଦିବସ ଅର୍ଥାତ ଅଗଷ୍ଟ ୧୫ ଯାଏଁ ସାରା ଦେଶରେ ଏହି କ୍ୟାମ୍ପେନ୍ ଚାଲିବ । ଦେଶବାସୀ ୭୭ତମ ସ୍ୱାଧୀନତା ଦିବସରେ ଯେପରି ଅଧିକରୁ ଅଧିକ ସାମିଲ ହେବେ, ଘର, ଅଫିସ୍ ଏବଂ କର୍ମକ୍ଷେତ୍ରରେ ତ୍ରିରଙ୍ଗା ଉଡାଇବେ । ସେନେଇ ବିଭିନ୍ନ କାର୍ଯ୍ୟକ୍ରମ ହେବ । ଦିଲ୍ଲୀରେ ଆଜି ବିଜେପି ସମେତ ଏନଡିଏର ସାଂସଦ ଓ ନେତା ଏକ ବାଇକ୍ ଶୋଭାଯାତ୍ରାର ଆୟୋଜନ କରିଛନ୍ତି । ଆଜିଠାରୁ ସ୍ୱାଧୀନତା ଦିବସ ପର୍ଯ୍ୟନ୍ତ ସାରା ଦେଶରେ ହର ଘର ତ୍ରିରଙ୍ଗା କ୍ୟାମ୍ପେନ ଜାରି ରହିବ। ନିଜ ଘର ସହିତ ଅଫିସ ଏବଂ କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପର୍ଯ୍ୟନ୍ତ ତ୍ରିରଙ୍ଗା ଉଡ଼ାଇବେ ପ୍ରତିଟି ଭାରତୀୟ । ଦେଶର ଲକ୍ଷେ ୬୦ ହଜାରରୁ ଅଧିକ ପୋଷ୍ଟ ଅଫିସରେ ୨୫ ଟଙ୍କାରେ ମିଳୁଛି ତ୍ରିରଙ୍ଗା । ପ୍ରକାଶ ଯେ, ସାମ୍ବାଧାନିକ ପଦରେ ଥିବା ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟଙ୍କ ଯାନରେ ତ୍ରିରଙ୍ଗା ଲଗାଇବାର ଅନୁମତି ରହିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |