ନୂଆଦିଲ୍ଲୀ, ୧୧।୮: ତୁର୍କୀ ଏବଂ ଜାପାନରେ ଭୂକମ୍ପ ଅନୁଭୂତ ହୋଇଛି। ଭୂମିକମ୍ପ ହୋଇଥିବା ସୂଚନା ଦେଇଛି ୟୁରୋପୀୟ ଭୂମଧ୍ୟସାଗରୀୟ ସେସମୋଲୋଜି କେନ୍ଦ୍ର । ପୂର୍ବ ତୁର୍କୀରେ ୫.୨ ମ୍ୟାଗ୍ନିଚ୍ୟୁଡ ଏବଂ ଜାପାନରେ ୬.୦ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଘଟିଥିବା ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର ଜିଓ ସାଇନ୍ସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ସୂଚନା ଅନୁସାରେ, ତୁର୍କୀରେ ଭୂକମ୍ପରେ ଅନେକ ଅଟ୍ଟାଳିକା ନଷ୍ଟ ହୋଇଯାଇଛି ଏବଂ ୨୩ ଜଣ ଆହତ ହୋଇଥିବା ଜଣାପଡ଼ିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |