ରାସ୍ତାକୁ ଗୋରୁ ଛାଡ଼ିଲେ ଉଠାଇ ନେବ ବିଏମ୍‌ସି

ଭୁବନେଶ୍ୱର, ୧୨।୮:ରାଜଧାନୀ ରାଜରାସ୍ତାରେ ବୁଲା ଗାଈଗୋରୁଙ୍କୁ ମୁକ୍ତ ବିଚରଣ ରୋକିବାକୁ ବିଏମସି ନୂଆ ଗାଇଡଲାଇନ୍ ଜାରି କରିଛି। ଏଣିକି ଗାଈଗୋରୁଙ୍କୁ ରାସ୍ତା କିମ୍ବା ଏଣେତେଣେ ଛାଡ଼ିପାରିବେନି ମାଲିକ। ଯଦି ଛାଡ଼ିବେ, ତେବେ ବିଏମସି ଗାଈଗୋରୁଙ୍କୁ ଗୋଶାଳାକୁ ଉଠାଇ ନେବ। ଆଉ ଯେଉଁ ମାଲିକ ସେମାନଙ୍କ ଗାଈ ବୋଲି ଦାବି କରିବେ, ସେମାନଙ୍କ ବିରୋଧରେ ଆଇନ୍ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ।ରାଜଧାନୀରେ ଗୋରୁଙ୍କ ଅବାଧ ବିଚରଣ ଯୋଗୁ ବହୁ ସମୟରେ ଦୁର୍ଘଟଣା ଘଟୁଛି। ସେହିପରି ଟ୍ରାଫିକ୍‌ ସମସ୍ୟା ମଧ୍ୟ ଉପୁଜୁଛି। ତେଣୁ ଏହାକୁ ଗୁରୁତର ସହ ନେଇ ନିୟମକୁ କଡାକଡି କରିଛି ବିଏମ୍‌ସି। କୌଣସି ବ୍ୟକ୍ତି ସର୍ବସାଧାରଣ ସ୍ଥାନକୁ କିମ୍ବା ରାସ୍ତାରେ ନିଜ ଗୋରୁଙ୍କୁ ଛାଡି ପାରିବେ ନାହିଁ। ନମାନିଲେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବା ସହ ସମ୍ପୃକ୍ତ ଗୋରୁଙ୍କୁ ଉଠାଇ ନିଆଯିବ।ଗତକାଲି ଭୁବନେଶ୍ୱର ମହାନଗର ନିଗମ କାର୍ଯ୍ୟାଳୟରେ ବିଏମସି କମିଶନର ବିଜୟ ଅମୃତା କୁଲାଙ୍ଗେଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା।  ବୈଠକରେ ଏହି ନିଷ୍ପତ୍ତି ହୋଇଥିଲା। ବୁଲା ଗାଈଗୋରୁଙ୍କ ପାଇଁ ସହରରେ ଯାନବାହନ ଚଳାଚଳରେ ବାଧା ସୃଷ୍ଟି ହେଉଛି। ଏହାସହ ଟ୍ରାଫିକ୍ ସମସ୍ୟା ସୃଷ୍ଟି ହେଉଛି। ଏହାକୁ ରୋକିବା ଲାଗି ଏଭଳି ପଦକ୍ଷେପ ନେବାକୁ ଯାଉଛି ବିଏମସି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!