ଭୁବନେଶ୍ୱର,୧୩|୮: ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ଝାଡ଼ଖଣ୍ଡ ଏବଂ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ବୁଧବାର ଏବଂ ଗୁରୁବାର ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପକ୍ଷର ଗତ ଜୁନ୍ ପହିଲାରୁ ଅଗଷ୍ଟ ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ୬୫୩ ଦଶମିକ ୯ ମିଲିମିଟର ବର୍ଷା ରେକର୍ଡ ହୋଇଛି । ଯାହା ସ୍ୱାଭାବିକ ବର୍ଷା ୬୯୮ ଦଶମିକ ୪ ମିଲିମିଟର ତୁଳନାରେ ୬ ପ୍ରତିଶତ କମ୍ ରହିଛି । ଏହାଫଳରେ ରାଜ୍ୟରେ ନିଅଣ୍ଟିଆ ବର୍ଷା ପରିସ୍ଥିତି ସୃଷ୍ଟି ହୋଇଛି । ଅନ୍ୟପଟେ ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଜଗତସିଂହପୁର ଓ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ,ଅନଗୁଳ ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ଆଶଙ୍କା ବି ରହିଛି। ଏହି କାରଣରୁ ଉକ୍ତ ଅଞ୍ଚଳରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୧୪ ତାରିଖରେ କଳାହାଣ୍ଡି, ବଲାଙ୍ଗୀର ଓ ସୋନପୁର, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ବିଭିନ୍ନ ସ୍ଥାନ ଏବଂ ଦେବଗଡ଼, କେନ୍ଦୁଝର ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ସୋମବାର ଏହି ସବୁ ଜିଲ୍ଲାରେ ଘଡ଼ଘଡି ସହ ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ଆଶଙ୍କା ରହିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |