ନୂଆଦିଲ୍ଲୀ,୧୫।୮: ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ|ଆଜି ସମଗ୍ର ଦେଶ ୭୭ତମ ସ୍ବାଧୀନତା ଦିବସ ଆନନ୍ଦ ଉଲ୍ଲାସର ସହପାଳନ କରୁଛି। ସ୍ବାଧୀନତା ଦିବସ ଅବସରରେ ସମଗ୍ର ଦେଶ ଦେଶପ୍ରେମରେ ପରିପୂର୍ଣ୍ଣ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପ୍ରଧାନମନ୍ତ୍ରୀ ଗାନ୍ଧିଜୀଙ୍କୁ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ। ପରେ ପ୍ରଧାନମନ୍ତ୍ରୀ ଲାଲକିଲ୍ଲାରେ ପହଞ୍ଚିଛନ୍ତି। ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିଲା। ଲାଲକିଲ୍ଲାରେ ସ୍ବାଧୀନତା ଦିବସ ପାଳନ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀ ମୋଦି ଦଶମ ଥର ପାଇଁ ରେଡ ଦୁର୍ଗରୁ ଦେଶକୁ ସମ୍ବୋଧିତ କରିବେ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |