ନୂଆଦିଲ୍ଲୀ,୧୫।୮: ଆଜି ସମଗ୍ର ଦେଶରେ ଭାରତ ସ୍ୱାଧୀନତାର ୭୬ ବର୍ଷ ପୂର୍ତ୍ତି ଅବସରରେ ଉତ୍ସବ ପାଳନ କରାଯାଉଛି । ରାଜଧାନୀ ଦିଲ୍ଲୀର ଲାଲକିଲାଠାରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପତାକା ଉତ୍ତୋଳନ କରିଛନ୍ତି । ଏହାପରେ ସମଗ୍ର ଦେଶବାସୀଙ୍କୁ ସ୍ୱାଧୀନତା ଦିବସ ଅବସରରେ ସ୍ୱତନ୍ତ୍ର ସମ୍ବୋଧନ ଦେଉଛନ୍ତି ପ୍ରଧାନମନ୍ତ୍ରୀ । ଏହି ଅବସରରେ ଦେଶବାସୀଙ୍କ ପାଇଁ ବଡ଼ ଉପହାର ଦେଇଛନ୍ତି ପିଏମ ମୋଦୀ ବିଭିନ୍ନ ପୂର୍ବ ଯୋଜନାର ସଫଳତା ବଖାଣିବା ସହ ଏକ ନୂଆ ଯୋଜନା ଅୟମାରମ୍ଭ ଉପରେ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ। ଖୁବଶୀଘ୍ର କେନ୍ଦ୍ର ସରକାରଙ୍କ ତରଫରୁ ବିଶ୍ୱକର୍ମା ଯୋଜନା ଲଞ୍ଚ କରାଯିବା ନେଇ ଘୋଷଣା କରାଯାଇଛି ।ପାରମ୍ପାରିକ ବୃତ୍ତିଗତ ବ୍ୟବସାୟୀଙ୍କ ଉନ୍ନତି ପାଇଁ ‘ବିଶ୍ୱକର୍ମ ଯୋଜନା’ ଆସିବାକୁ ଯାଉଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଆସନ୍ତା ମାସରେ ବିଶ୍ୱକର୍ମା ଜୟନ୍ତୀ ଅବସରରେ ‘ବିଶ୍ୱକର୍ମା ଯୋଜନା’ ଆରମ୍ଭ ହେବ। ଏହି ଯୋଜନା ମାଧ୍ୟମରେ ପାରମ୍ପାରିକ ଦକ୍ଷତା ଥିବା ଲୋକଙ୍କୁ ସରକାର ସାହାଯ୍ୟ କରିବେ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏଥିରେ ସୁନା କାରିଗର, କମାର, ବାରିକ, ମୋଚୀ ଭଳି ପାରମ୍ପାରିକ ଦକ୍ଷତା ଥିବା ଲୋକଙ୍କୁ ଅନ୍ତର୍ଭୁକ୍ତ କରାଯିବ ଏବଂ ସେମାନଙ୍କୁ ଆର୍ଥିକ ସହାୟତା ଯୋଗାଇ ଦିଆଯିବ। ଏଥିପାଇଁ 13-15 ହଜାର କୋଟିର ବ୍ୟୟ ଅଟକଳ ହୋଇଛି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |