ଭୁବନେଶ୍ୱର,୧୫।୮ : ଦକ୍ଷିଣ ବାଲାଂଦେଶ ଓ ଆଖପାଖ ଅଞ୍ଚଳରେ ୫.୮ କିମି ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହ ବର୍ଷା ହେଉଛି। ତେବେ ୧୫ ତାରିଖରୁ ବର୍ଷା ପରିମାଣ ବଢ଼ିବ |ପୂର୍ବ ବାଂଲାଦେଶ ଏବଂ ସେହି ଅଞ୍ଚଳକୁ ଲାଗି ରହିଥିବା ଅନ୍ୟ ଅଞ୍ଚଳ ଉପରେ ଥିବା ଘୂର୍ଣ୍ଣିବଳୟ ଆଜି ଦକ୍ଷିଣ ବାଂଲାଦେଶ ଏବଂ ତାର ଚର୍ତୁପାଶ୍ୱର୍ ଅଞ୍ଚଳରେ ରହିଛି । ବାଂଲାଦେଶରେ ହେଉ ଥିବା ଘୂର୍ଣ୍ଣିବଳୟ ସହ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ମିଶି ଯାଇଛି । ତେବେ ଏହାର ପ୍ରଭାବରେ ରାଜ୍ୟର କେତେକ ଜିଲ୍ଲାରେ ବର୍ଷା ହୋଇପାରେ । ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ବିଜୁଳି ଏବଂ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ଆସନ୍ତା ୨୪ ଘଣ୍ଟା ଭିତରେ ଆର୍ଥାତ ୧୬ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଏବଂ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏନେଇ ଆଞ୍ଚଳିକ ପାଣି ପାଗ ଏହିସବୁ ଜିଲ୍ଲାକୁ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରା ଯାଇଛି । ଆସନ୍ତା କାଲି ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରାଯାଇ ଥିବାରୁ ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ଏହା ସହିତ ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ମଧ୍ୟ ଏହାର ପ୍ରଭାବରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |