ଯାଜପୁର,୧୬।୮:ବିରୁପା ନଦୀରେମହିଳାଙ୍କୁ ଟାଣିନେଇ ଖାଇଦେଲା କୁମ୍ଭୀର। ଘଟଣା ଘଟିଛି ଯାଜପୁର ଜିଲ୍ଲା ବରୀ ବ୍ଲକ୍ ଅନ୍ତର୍ଗତ ପାଟପୁର ଠାରେ। ମୃତ ମହିଳା ଜଣଙ୍କ ହେଲେ ଅନାମ ଚରଣ ଜେନାଙ୍କ ପତ୍ନୀ ଜୋସ୍ନା ଜେନା। ଆଜି ସକାଳେ ଜୋସ୍ନା ବିରୂପା ନଦୀକୁ ଲୁଗା ଧୋଇବାକୁ ଯାଇଥିଲେ। ଏହି ସମୟରେ ତାଙ୍କୁ କୁମ୍ଭୀର ଟାଣିନେଇଥିଲା। ଏନେଇ ଗ୍ରାମବାସୀ ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍କୁ ଖବର ଦେଇଥିଲେ । ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍ ପହଞ୍ଚି ଜୋସ୍ନାଙ୍କ ଖୋଜାଖୋଜି କରିଥିଲେ। କିଛି ସମୟ ଖୋଜାଖୋଜି କରିବା ପରେ ମହିଳାଙ୍କ ଖଣ୍ଡବିଖଣ୍ଡ ମୃତଦେହ ନଦୀରୁ ଉଦ୍ଧାର କରାଯାଇଛି। ପୁଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇଛି| ଯାଜପୁର ଜିଲ୍ଲା ବରୀ ବ୍ଲକ୍ ଅନ୍ତର୍ଗତ ପାଟପୁରରେ ଜଣେ ମହିଳାଙ୍କୁ କୁମ୍ଭୀର ଟାଣି ନେଇଥିବା ଜଣାପଡ଼ିଛି। ମହିଳା ଜଣକ ବିରୁପା ନଦୀରେ ଲୁଗା ଧୋଉଥିବା ବେଳେ କୁମ୍ଭୀର ତାଙ୍କୁ ଟାଣି ନେଇଥିବା ସୂଚନା ମିଳିଛି।ସୂଚନା ଅନୁସାରେ, ଗାଁର ଜୋସ୍ନା ଜେନା ବିରୁପା ନଦୀକୁ ଲୁଗା ଧୋଇବାକୁ ଯାଇଥିଲେ। ଏହି ସମୟରେ କୁମ୍ଭୀର ତାଙ୍କୁ ଟାଣି ନେଇଥିଲା। ଖୋଜାଖୋଜି ପରେ ବି ତାଙ୍କର କୌଣସି ପତ୍ତା ମିଳିପାରି ନଥିଲା। ପରେ କୁମ୍ଭୀର ମହିଳାଙ୍କୁ ଆକ୍ରମଣ କରୁଥିବା ଘଟଣା ମୋବାଇଲରେ କଏଦ ହୋଇଛିା ନଦୀ କୂଳରୁ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛିା ସୂଚନାଥାଉ କି, ଏହା ପୂର୍ବରୁ କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଲଗାତାର ୪ରୁ ଅଧିକ କୁମ୍ଭୀର ଆକ୍ରମଣ ଘଟଣା ସାମ୍ନାକୁ ଆସିଥିଲା।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |