ଅଟଳ ବିହାରୀ ବାଜପେୟୀଙ୍କ ଶ୍ରାଦ୍ଧ ବାର୍ଷିକୀ,ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୧୬।୮:ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳବିହାରୀ ବାଜପେୟୀଙ୍କ ୫ମ ଶ୍ରାଦ୍ଧ ବାର୍ଷିକୀ| ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପଞ୍ଚମ ଶ୍ରାଦ୍ଧ ବାର୍ଷିକୀ ଅବସରରେ ଭାଜପା ଏକ କାର୍ଯ୍ୟକ୍ରମ ଆୟୋଜନ କରିଛି। ଏଥିନେଇ ଭାଜପାର ସମସ୍ତ ବଡ ନେତା ପହଞ୍ଚୁଛନ୍ତି। ବିଶେଷ କଥା ହେଉଛି ଶ୍ରାଦ୍ଧ ବାର୍ଷିକୀ କାର୍ଯ୍ୟକ୍ରମରେ ପ୍ରଥମ ଥର ପାଇଁ ଏନ୍‌ଡିଏର ନିର୍ବାଚନମଣ୍ଡଳୀକୁ ଭାଜପା ନିମନ୍ତ୍ରଣ କରିଛି। ଆଜି ଏହି ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କ ସ୍ମାରକୀସ୍ଥଳ ‘ସଦୈବ ଅଟଳ’ରେ ଆୟୋଜିତ ପ୍ରାର୍ଥନା ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ ଏବଂ କେନ୍ଦ୍ର କ୍ୟାବିନେଟ୍‌ର ଅନେକ ମନ୍ତ୍ରୀ ଓ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦ ଯୋଗ ଦେଇଥିଲେ।ବାଜପେୟୀଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରି ପ୍ରଧାନମନ୍ତ୍ରୀ ମ‌ୋଦୀ କହିଲେ, ଭାରତର ଅଗ୍ରଗତିକୁ ପ୍ରୋତ୍ସାହିତ କରି ବ୍ୟାପକ କ୍ଷେତ୍ରରେ ଦେଶକୁ ଏକବିଂଶ ଶତାବ୍ଦୀକୁ ଘେନିଯିବାରେ ସେ ଗୁରୁତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିଥିଲେ।

 

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!