ବରଗଡ଼ରେ ହେବ ୩ଟି ନୂଆ ବୃହତ୍ ସେତୁ; ୩୯ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର,୧୬ା୮ : ବରଗଡ ଜିଲାରେ ନିର୍ମାଣ ହେବ ୩ଟି ବୃହତ୍ ସେତୁ। ଏଥିପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ୩ ସେତୁ ଦ୍ବାରା ଜିଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି।ବରଗଡ଼ ଜିଲାରେ ୩ଟି ବୃହତ ସେତୁର ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ୩ଟି ନୂତନ ସେତୁ ଦ୍ବାରା ଜିଲାର ପ୍ରାୟ ୭.୨୫ ଲକ୍ଷ ଲୋକ ଉପକୃତ ହେବେ। ଏହାଦ୍ବାରା ଜିଲାରେ ଗମନାଗମନର ସୁବିଧା ସହିତ ସାମାଜିକ ସୁବିଧା ସୁଯୋଗ ଓ ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ଗତ ଜୁନ୍‌ ୨୬ ଓ ୨୭ ତାରିଖରେ ବରଗଡ଼ ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ଯୋଜନାର ସମୀକ୍ଷା କରିବା ସହିତ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଗ ଶୁଣିଥିଲେ। ବିଭିନ୍ନ ସ୍ଥାନରେ ଲୋକଙ୍କ ଅନୁରୋଧକୁ ୫-ଟି ସଚିବ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ଏହାପରେ ମୁଖ୍ୟମନ୍ତ୍ରୀ ବରଗଡ଼ ଜିଲାରେ ୩ଟି ନୂତନ ବୃହତ ସେତୁର ନିର୍ମାଣ ପାଇଁ ୩୯ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ମଞ୍ଜୁର ହୋଇଥିବା ୩ଟି ସେତୁ ମଧ୍ୟରେ ବରପାଲିରେ ଗୋଟିଏ ବୃହତ ସେତୁ ରହିଛି। ବରପାଲିର ଜିଲୋଟ ନାଳ ଉପରେ ଏକ ସେତୁ ନିର୍ମାଣ କରାଯିବ। ୧୨୦ ମିଟର ଦୀର୍ଘ ଏହି ସେତୁ ପାଇଁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ। ଏହା ବରଗଡ଼ ଓ ବରପାଲି ବ୍ଲକ ମୁଖ୍ୟାଳୟକୁ ସଂଯୋଗ କରିବା ସହିତ ଜିଲା ମୁଖ୍ୟାଳୟକୁ ମଧ୍ୟ ଯୋଗାଯୋଗର ସୁବିଧା ସୃଷ୍ଟି ହେବ। ଏହାଦ୍ୱାରା ପ୍ରାୟ ୨ ଲକ୍ଷ ୨୫ ହଜାର ଲୋକ ଉପକୃତ ହେବେ। ସେହିପରି ବରଗଡ଼ ପୌରାଞ୍ଚଳ ଆଗାଁ ନଳା ଉପରେ ୬୦ ମିଟର ଦୀର୍ଘ ସେତୁ ନିର୍ମାଣ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ବରଗଡ଼ ଜିଲା ମୁଖ୍ୟାଳୟ ସହିତ ପରପାଲି ଓ ଭେଡେନ ବ୍ଲକ ମୁଖ୍ୟାଳୟକୁ ଯୋଡ଼ିବ। ଏହାଦ୍ୱାର ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ। ତୃତୀୟ ସେତୁଟି ସରଳା ନାଳ ଉପରେ ନିର୍ମାଣ କରାଯିବ। ୧୫୦ ମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ସେତୁ ପାଇଁ ୧୨ କୋଟି ଟଙ୍କା ମଞ୍ଜୁର କରାଯାଇଛି। ଏହା ଭଟଲି ବ୍ଲକ ମୁଖ୍ୟାଳୟକୁ ବରଗଡ଼ ଓ ଅତାବିରା ବ୍ଲକ ମୁଖ୍ୟାଳୟକୁ ଯୋଡ଼ିବ। ଏହାଦ୍ୱାରା ୨ ଲକ୍ଷ ୫୦ ହଜାର ଲୋକ ଉପକୃତ ହେବେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!