ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲେ ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ

ପୁରୀ,୧୭।୮: ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କଲେ କେନ୍ଦ୍ର ଅର୍ଥ ଓ କର୍ପୋରେଟ୍‌ ବ୍ୟାପାର ମନ୍ତ୍ରୀ ନିର୍ମଳା ସୀତାରମଣ। ତାଙ୍କ ସହ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ମୁଖପ‌ାତ୍ର ଡାକ୍ତର ସମ୍ବିତ ପାତ୍ର, ବହ୍ମଗିରି ବିଧାୟକ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ଏବଂ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ପ୍ରମୁଖ ବି ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି।ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ସକାଳେ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଆଜି ସକାଳେ ସୀତାରମଣ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସ୍ୱାଗତ କରାଯାଇଥିଲା। ଏହାପରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ତାଙ୍କୁ ଶ୍ରୀମନ୍ଦିରକୁ ନି‌ଆଯାଇଥିଲା। ସୀତାରମଣ ଭିତରକାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରି ବେହରଣ ଦ୍ୱାର ଦେଇ ଫେରି ଥିଲେ। ପରେ ମୁକ୍ତିମଣ୍ଡପରେ ପ୍ରଣାମ କରି ମା’ ବିମଳା ଓ ମହାଲକ୍ଷ୍ମୀଙ୍କୁ ଦର୍ଶନ କରିଥିଲେ। ପରେ କେନ୍ଦ୍ର ଅର୍ଥ ମନ୍ତ୍ରୀ ପାଟଅଗଣା ଦେଇ ବାହାରକୁ ଆସିଥିଲେ।  ଶ୍ରୀଜିଉଙ୍କୁ ଦର୍ଶନ କରି ବିମୋହିତ ହୋଇଯାଇଛନ୍ତି ବୋଲି କହିଛନ୍ତି। ସୀତାରମଣଙ୍କ ସହ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର,ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଓ ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର ମଧ୍ୟ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଗତକାଲି ରାତିରେ ନିର୍ମଳା ସୀତାରମଣ ପୁରୀରେ ରାତ୍ରିଯାପନ କରିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!