ଆସୁଛି ଆଉ ଏକ ଲଘୁ ଚାପ,୫ ଜିଲାକୁ ପ୍ରବଳ ବର୍ଷା

ଭୁବନେଶ୍ୱର ୧୬।୮ :  ଆସୁଛି ଆଉ ଏକ ଲଘୁଚାପ । ଅଗଷ୍ଟ ୧୮ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଏବେ ଉତ୍ତର-ପୂର୍ବ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଆସନ୍ତା ୧୮ ତାରିଖ ବେଳକୁ ଏହି ଲଘୁଚାପ ହେବାର ସମ୍ଭାବନା ରହିଛି । ଯାହାଫଳରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ ।ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଜି ପାଇଁ ରାଜ୍ୟର ୫ଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେଗୁଡ଼ିକ ହେଲା ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ ଏବଂ ସମ୍ବଲପୁର । ବର୍ଷାର ପରିମାଣ ବୃଦ୍ଧି ହେବା ଦ୍ୱାରା ତଳିଆ ଅଞ୍ଚଳରେ ପାଣିଗୁଡ଼ିକ ଜମି ରହିବା ନେଇ ସମ୍ଭାବନା ରହିଛି ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!