ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୧୭।୮:ଆଇଏଏସ୍‌ ସ୍ତରରେ ଅଦଳବଦଳ|ଆଇଏଏସ୍ ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଜ୍ୟୋତିପ୍ରକାଶ ଦାସ ହୋଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ (ବିଏସ୍‌ଇ)ର ସଭାପତି। ଆଇଜିଆର୍‌ (ଇନ୍ସପେକ୍ଟର ଜେନେରାଲ ଅଫ୍ ରେଜିଷ୍ଟ୍ରେସନ) ଜ୍ୟୋତିପ୍ରକାଶ ଦାସଙ୍କୁ ବୋର୍ଡ ସଭାପତି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଅନ୍ୟପକ୍ଷରେ ବୋର୍ଡ ସଭାପତି ଥିବା ରାମାଶିଷ ହାଜରାଙ୍କୁ ପ୍ରାଣୀ ସଂପଦ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେହିପରି ପ୍ରାଣୀ ସଂପଦ ବିଭାଗରେ ନିର୍ଦ୍ଦେଶକ ଥିବା ଆଇଏଏସ୍ ଅଫିସର ଡକ୍ଟର ୟେଦୁଲା ବିଜୟଙ୍କୁ ବିଜ୍ଞାନ ଓ ବୈଷୟିକ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!