୯ ଦଫା ଦାବିରେ ଆଜି ରାଜ୍ୟର ସମସ୍ତ ବ୍ଳକ ଘେରିବ କଂଗ୍ରେସ

ଭୁବନେଶ୍ୱର,୧୮।୮:୯ ଦଫା ଦାବିରେ ଆଜି ରାଜ୍ୟର ସମସ୍ତ ୩୧୪ ବ୍ଳକ ଘେରିବ କଂଗ୍ରେସ। ଦଳ ଅଭିଯୋଗ କରିଛି ଯେ, ୨୪ ବର୍ଷ ହେଲା ବିଜେଡି ସରକାର ଓଡ଼ିଶାବାସୀଙ୍କ ପାଇଁ କିଛି ଆଖି ଦୃଶିଆ କାମ କରି ନାହିଁ। ଯୋଜନା ପରେ ଯୋଜନା ଘୋଷଣା ହେଉଛି, ଆଉ ନିର୍ବାଚନ ପରେ ସବୁ ବନ୍ଦ ହୋଇ ଯାଉଛି। ଏହା ପ୍ରତିବାଦରେ ଦଳ ଆଜି ସମସ୍ତ ବ୍ଲକ୍ ଆଗରେ ପ୍ରତିବାଦ କରିବ।ରାଜ୍ୟରେ ବ୍ଲକ ସ୍ତରରେ ଚାଲିଥିବା ପିସି କାରବାର, ପାୱାର କଟ୍, ବିଦ୍ୟୁତ ଦର ବୃଦ୍ଧି, ବେକାର ଯୁବକଙ୍କୁ ଚାକିରୀ,ଧାନ କିଣାରେ କଟନି ଛଟନି ବନ୍ଦ, ଚାଷୀଙ୍କୁ ଉପଯୁକ୍ତ ଦର, ପ୍ରଧାନମନ୍ତ୍ରୀ ଆବାସରେ ଯୋଗ୍ୟହିତାଧିକାରୀଙ୍କୁ ଘର ଏବଂ ଦର ଦାମ ବୃଦ୍ଧି ନିୟନ୍ତ୍ରଣ କରିବାକୁ ଦଳ ଦାବି କରିଛି। ଅନ୍ୟପକ୍ଷରେ ବିଜେପି ମଧ୍ୟ ଏହି ସବୁ ଅଭିଯୋଗ ଆଣି ରାଜ୍ୟ ସରକାରଙ୍କୁ ଘେରିଛି।24 ବର୍ଷ ହେଲା ବିଜେଡି ଓଡିଶା ଲୋକଙ୍କ ପାଇଁ କିଛି ଆଖି ଦୃଶିଆ କାମ କରି ନାହାଁନ୍ତି । ଯୋଜନା ପରେ ଯୋଜନା ଯୋଜନା ଘୋଷଣା ହେଉଛି । ନିର୍ବାଚନ ପରେ ବନ୍ଦ ହୋଇ ଯାଉଛି । ତେବେ କଂଗ୍ରେସର ଦାବି ଗୁଡିକ ହେଲା, 15 ରୁ 50 ପ୍ରତିଶତ ପର୍ଯ୍ୟନ୍ତ ବ୍ଲକ ସ୍ତରରେ ଚାଲିଥିବା ପିସି କାରବାର ବନ୍ଦ ହେଉ । ପାୱାର କଟ୍ ବନ୍ଦ ହେଉ , ବିଦ୍ୟୁତ ଦର ବୃଦ୍ଧି ପ୍ରତ୍ୟାହାର ହେଉ । ରାଜ୍ୟର ବେକାର ଯୁବକଙ୍କୁ ଚାକିରୀ ଦିଆଯାଉ । ଧାନ କିଣାରେ କଟନି ଛଟନି ବନ୍ଦ କରାଯାଉ । ଚାଷୀଙ୍କୁ ଉପଯୁକ୍ତ ଦର ମିଳୁ । ପ୍ରଧାନମନ୍ତ୍ରୀ ଆବାସରେ ଯୋଗ୍ୟ ହିତାଧିକାରୀଙ୍କୁ ଘର ଦିଆ ଯାଉ । ଦର ଦାମ ବୃଦ୍ଧିକୁ ତୁରନ୍ତ କମ କରନ୍ତୁ । ସେହିପରି କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ କହିଛନ୍ତି, ଜଳ ସେଚନ ଓ ଜଳ ବିଦ୍ୟୁତ କ୍ଷେତ୍ରରେ ଯାହା ହୋଇଛି କଂଗ୍ରେସ ସରକାର ସମୟରେ ହୋଇଛି । ବିଜେଡି ସରକାରରେ ମହାନଦୀରେ ଗୋଟିଏ ବ୍ୟାରେଜ ବି ହୋଇ ନାହିଁ । ରାଜ୍ୟରେ ଶିଳ୍ପର ବିକାଶ ହୋଇନାହିଁ ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!