ଭୁବନେଶ୍ୱର ,,୧୮।୮: ଉତ୍ତରପୂର୍ବ, ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଲଘୁଚାପ ରୂପ ନେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ବିଭାଗ ସୂଚନା ଦେଇଛି ।ବଙ୍ଗୋପସାଗରରେ ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା। ଆଜି ଓ କାଲି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଓ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ନୂଆପଡ଼ା, ବଲାଙ୍ଗିର, କନ୍ଧମାଳ, କଳାହାଣ୍ଡି, ରାଇରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ରହିଛି। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ୱଲପୁର, ବରଗଡ଼, ବୌଦ୍ଧ, ନୟାଗଡ଼,ଖୋର୍ଦ୍ଧା, ଗଞ୍ଜାମ, ରାୟଗଡ଼ା ଓ ଗଜପତି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ଶନିବାର ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |