ଭୁବନେଶ୍ବର,୧୮।୮: ଡୋପ୍ ଟେଷ୍ଟରେ ବିଫଳ ହୋଇଛନ୍ତି ଭାରତର ଦ୍ରୁତତମ ଧାବିକା ଦୂତି ଚାନ୍ଦ। ଫଳରେ ୪ ବର୍ଷ ପାଇଁ ସେ ବାସନ୍ଦ ହୋଇଛନ୍ତି ।ନିଷିଦ୍ଧ ଔଷଧ ସେବନ ମାମଲାରେ 4 ବର୍ଷ ପାଇଁ ବାସନ୍ଦ ହେଲେ ଦୂତୀ ଚାନ୍ଦ । ଗତ ଜାନୁଆରୀ ୩ ତାରିଖରୁ ପିଛିଲା ଭାବେ ଏହି ବାସନ୍ଦ ଅବଧି ଲାଗୁ ହେବ ବୋଲି ଜଣାପଡ଼ିଛି। ଏହି ଦଣ୍ଡ ବିରୋଧରେ ଆଣ୍ଟି ଡୋପିଂ ଅପିଲ୍ ପ୍ୟାନେଲ୍ ଆଗରେ ନିଜର ପକ୍ଷ ରଖିବାକୁ ଦୂତିଙ୍କୁ ୨୧ ଦିନ ସମୟ ଦିଆଯାଇଛି। ଦୂତି ଜାତୀୟ ଆଣ୍ଟି ଡୋପିଂ ଏଜେନ୍ସିର ଧାରା ୨.୧, ୨.୨କୁ ଉଲ୍ଲଂଘନ କରିଥିବା ଅଭିଯୋଗରେ ତାଙ୍କୁ ୪ ବର୍ଷ ବାସନ୍ଦ କରାଯାଇଛି।କୌଣସି ଜାତୀୟ, ଅନ୍ତର୍ଜାତୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିପାରିବେନି ଦୂତି।ସିଲେକଟିଭ୍ ଆଣ୍ଡ୍ରୋଜେନ୍ ରିସେପଟିଭ୍ ମୋଡ୍ୟୁଲେଟର୍ସ SRMS ଟେଷ୍ଟରେ ଫେଲ୍ ମାରିଛନ୍ତି ଦୂତି ଚାନ୍ଦ। ନାସନାଲ ଆଣ୍ଟି ଡୋପିଂ ଏଜେନ୍ସି NADA ଦ୍ୱାରା ନିଷିଦ୍ଧ ଘୋଷିତ SRMS ତାଙ୍କ ନମୂନାରେ ମିଳିଛି । ଡିସେମ୍ବର ୫ ୨୦୨୨ରେ ଦୂତୀଙ୍କ ନମୂନା ସଂଗ୍ରହ କରାଯାଇଥିବାରୁ ଏହା ପରେ ଦୂତି କ୍ରୀଡ଼ାରେ ହାସଲ କରିଥିବା ସମସ୍ତ ରେକର୍ଡ, ମେଡାଲ, ପୁରସ୍କାର ଏବଂ ପଏଣ୍ଟସକୁ ଖାରଜ କରିଛି ନାଡା।୩ ଜାନୁଆରୀ ୨୦୨୩ଠାରୁ ଦୂତିଙ୍କ ଉପରେ ଏହି କଟକଣା ଲାଗୁ କରାଯାଇଛି। ଆସନ୍ତା ଜାନୁଆରୀ ୨୦୨୭ ପର୍ଯ୍ୟନ୍ତ ଏହି ବ୍ୟାନ ବଳବତ୍ତର ରହିବ। ଡୋପିଂ ନିରୋଧ ଆଇନକୁ ନେଇ ଶୃଙ୍ଖଳାଗତ କମିଟି ଏହି ନିଷ୍ପତ୍ତି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |