ଲେଭଲ ୱାନ୍ କ୍ୟାନସରରେ ପୀଡିତ ଥିଲେ ଆଥଲେଟ୍ ଦୂତି ଚାନ୍ଦ

ଭୁବନେଶ୍ୱର ,୧୯।୮:ସିଲେକଟିଭ୍ ଆଣ୍ଡ୍ରୋଜେନ୍ ରିସେପଟିଭ୍ ମୋଡ୍ୟୁଲେଟର୍ସ SRMS ଟେଷ୍ଟରେ ଫେଲ ମାରିଛନ୍ତି ଦୂତି ଚାନ୍ଦ। ନାସନାଲ ଆଣ୍ଟି ଡୋପିଂ ଏଜେନ୍ସି NADA ଦ୍ୱାରା ନିଷିଦ୍ଧ ଘୋଷିତ SRMS ତାଙ୍କ ନମୂନାରେ ମିଳିଥିଲା ।ଡୋପ୍ ଟେଷ୍ଟରେ ବିଫଳ ହେବା ପରେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଥିବା ଆଥଲେଟ୍ ଦୂତି ଚାନ୍ଦଙ୍କୁ ୪ବର୍ଷ ପାଇଁ ବ୍ୟାନ କରାଯାଇଛି।  ଏହାମଧ୍ୟରେ କୌଣସି ଜାତୀୟ, ଅନ୍ତର୍ଜାତୀୟ କ୍ରୀଡ଼ାରେ ଅଂଶଗ୍ରହଣ କରିପାରିବେ ନାହିଁ । ‘ମୁଁ କ୍ୟାନସରରେ ଆକ୍ରାନ୍ତ। ଲେଭଲ ୱାନ୍ କ୍ୟାନସରରେ ମୁଁ ପୀଡ଼ିତ ହୋଇଥିଲି। ସେହି ସମୟରେ ଡାକ୍ତରଙ୍କ ପରାମର୍ଶରେ ନିୟମିତ ମେଡିସିନ୍ ଖାଉଥିଲି । ସେଥିରେ ଡୋପିଂ ଥିବା ଡାକ୍ତର କହି ନଥିଲେ’ । ଡୋପ୍ ଟେଷ୍ଟରେ ଫେଲ୍‌ ମାରିବା ପରେ ୪ ବର୍ଷ ପାଇଁ ବାସନ୍ଦ ହୋଇଥିବା ଦୂତି ଚାନ୍ଦ ଏପରି ଚାଞ୍ଚଲ୍ୟକର ଖୁଲାସା କରିଛନ୍ତି। ଏଥିସହ ନାଡା ପକ୍ଷରୁ ଲଗା ଯାଇଥିବା ବ୍ୟାନକୁ ହଟାଇବାକୁ ବି ଅପିଲ କରିଛନ୍ତି ।ଦୂତି ଚାନ୍ଦ ଗଣମାଧ୍ୟମକୁ ଦେଇଥିବା ସୂଚନା ଅନୁଯାୟୀ, ମୁଁ ଲେଭଲ ୱାନ୍ କ୍ୟାନସରରେ ଆକ୍ରାନ୍ତ ହୋଇଥିଲି । ଏଥିପାଇଁ ଅଲଟ୍ରାସାଉଣ୍ଡ ଓ ଏମଆରଆଇ କରିଥିଲି। ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ଔଷଧ ସେବନ କରିଥିଲି । ଔଷଧ ସେବନ ପରେ ଯନ୍ତ୍ରଣା ଉପଶମ ହେବା ସହ କ୍ୟାନସର ଭଲ ହୋଇଯିବ ବୋଲି ଡାକ୍ତର କହିଥିଲେ । କିନ୍ତୁ ସେହି ଔଷଧରେ ନିଷିଦ୍ଧ ସାମଗ୍ରୀ ଥିବା ମୋତେ ଜଣା ନଥିଲା ବୋଲି କହିଛନ୍ତି ଦୂତୀ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!