5T ସଚିବ ଭି. କେ ପାଣ୍ଡିଆନଙ୍କ ଉପରକୁ କାଳିମାଡ଼

ପୁରୀ,୧୯ା୮: ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ବିଭିନ୍ନ ଜିଲାକୁ ଗସ୍ତ କରୁଥିବା ବେଳେ ଅନେକ ସ୍ଥାନରେ ତାଙ୍କୁ ବିରୋଧ କରାଯାଉଥିବା ଦେଖିବାକୁ ମିଳୁଛି।5T ସଚିବ ଭି.କେ ପାଣ୍ଡିଆନ ବିଭିନ୍ନ ଜିଲ୍ଲାକୁ ଗସ୍ତ କରୁଥିବା ବେଳେ ଅନେକ ସ୍ଥାନରେ ତାଙ୍କୁ ବିରୋଧୀ ପାର୍ଟିଙ୍କ ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଉଛି। ତେବେ ଆଜି ତାଙ୍କ ଉପରକୁ କାଳି ମାଡ଼ ହୋଇଛି। ପୁରୀ ଜିଲ୍ଲା ସତ୍ୟବାଦୀରେ ଥିବା ୟୁଜିଏସ୍ କଲେଜ ସଭାରେ ଯୋଗ ଦେବାକୁ ଯିବା ବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ କାଳି ମାଡ଼ କରିଥିଲେ। କାଳି 5T ସଚିବ ଭି. କେ ପାଣ୍ଡିଆନଙ୍କ ମୁହଁରେ ପଡ଼ିଥିଲା। ପୁରୀ ଜିଲ୍ଲାପାଳଙ୍କ ମୁହଁରେ ମଧ୍ୟ କାଳି ପଡ଼ିଥିଲା। କାଳିମାଡ଼ କରିଥିବା ବ୍ୟକ୍ତି ଜଣଙ୍କ କଣାସ ଅଞ୍ଚଳର ଭାସ୍କର ସାହୁ ବୋଲି ଜଣାପଡ଼ିଛି। ତାଙ୍କୁ ପୁଲିସ ଗିରଫ କରିଛି। ଆଜି 5T ସଚିବ ଭି.କେ ପାଣ୍ଡିଆନଙ୍କର କାକଟପୁର, ନିମାପଡ଼ା,ପୁରୀ ଓ ସତ୍ୟବାଦୀରେ କାର୍ଯ୍ୟକ୍ରମ ଥିଲା। ସେ କାକଟପୁର, ନିମାପଡ଼ା ଓ ପୁରୀରେ କାର୍ଯ୍ୟକ୍ରମ ସାରି ସତ୍ୟବାଦୀରେ ପହଞ୍ଚିଥିଲେ। ସେଠାରେ ୟୁଜିଏସ୍ କଲେଜରେ ଆୟୋଜିତ ହୋଇଥିବା ସଭାରେ ଯୋଗ ଦେବା ପୂର୍ବରୁ ସେ ଉପସ୍ଥିତ ମିଶନ ଶକ୍ତି ମହିଳାଙ୍କ ସହ ହାତ ମିଳାଇଥିଲେ। ଏହି ସମୟରେ ଭାସ୍କର ସାହୁ ହଠାତ୍ ପଶି ଆସି ବୋତଲରେ ଆଣିଥିବା କାଳିକୁ ପାଣ୍ଡିଆନଙ୍କ ଉପରକୁ ଫିଙ୍ଗି ଦେଇଥିଲା। ପାଣ୍ଡିଆନଙ୍କ ମୁହଁରେ କାଳି ପଡ଼ିଥିଲା। ତାଙ୍କ ସାଙ୍ଗରେ ଥିବା ପୁରୀ ଜିଲ୍ଲାପାଳଙ୍କ ମୁହଁରେ ମଧ୍ୟ କାଳି ପଡ଼ିଥିଲା। ପରେ ଭାସ୍କରଙ୍କୁ ପୁଲିସ କାବୁ କରିଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!