ନୂଆଦିଲ୍ଲୀ,୨୦।୮: କଂଗ୍ରେସର ନୂତନ କାର୍ଯ୍ୟ କମିଟିର ତାଲିକା ପ୍ରକାଶ ପାଇଛି |ଚଳିତ ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନ ଏବଂ ଆସନ୍ତା ବର୍ଷ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ଏହାର ନୂତନ ଦଳ ପ୍ରସ୍ତୁତ କରିଛି। ଏଥିରେ ମୋଟ ୩୯ ଜଣଙ୍କୁ ସାମିଲ କରାଯାଇଛି।କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ କଂଗ୍ରେସ ୱାର୍କିଂ କମିଟି ଗଠନ କରିଛନ୍ତି। ଏଥିରେ ଖାର୍ଗେଙ୍କ ବ୍ୟତୀତ ସୋନିଆ ଗାନ୍ଧୀ, ମନମୋହନ ସିଂ, ରାହୁଲ ଗାନ୍ଧୀ, ଆଧୀର ରଂଜନ ଚୌଧୁରୀ, ଏ.କେ ଆଣ୍ଟୋନି, ଅମ୍ବିକା ସୋନି, ମୀରା କୁମାର, ଦିଗବିଜୟ ସିଂ, ପି ଚିଦାମ୍ବରମଙ୍କ ଭଳି ବରିଷ୍ଠ ନେତାଙ୍କୁ ସାମିଲ କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |