ଭୁବନେଶ୍ୱର,୨୨।୮:ରାଜ୍ୟ ସରକାର ଆଜି ଓଏଏସ୍ ଅଫିସରସ୍ତରରେ ବଦଳି କରିଛନ୍ତି । ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ରାଜସ୍ୱ ଅଧିକାରୀ ପ୍ରଶିକ୍ଷଣ ସଂସ୍ଥାନ(ରୋଟି) ଯୁଗ୍ମ ନିର୍ଦ୍ଦେଶକ ତଥା ବରିଷ୍ଠ ଓଏଏସ୍ ଅଫିସର ଆଇଷ କୁମାର ଜେନାଙ୍କୁ ଯୁଗ୍ମ ଏସଆରସି(ସ୍ୱତନ୍ତ୍ର ରିଲିଫ କମିଶନର) ଭାବେ ବଦଳି କରାଯାଇଛି। ସେହିପରି ବରିଷ୍ଠ ଓଏଏସ୍ ବୈତୁରା ଦୀପଙ୍କୁ ରୋଟି ଯୁଗ୍ମ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ଶ୍ରୀ ଦୀପଙ୍କର ଖୋର୍ଦ୍ଧା ଜିଲ୍ଲା ପରିଷଦର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ବଦଳିକୁ ବାତିଲ କରାଯାଇଛି ।ପଶ୍ଚିମ ଓଡ଼ିଶା ବିକାଶ ପରିଷଦରେ ଓଏସଡି ଭାବେ କାର୍ଯ୍ୟରତ ଓଏଏସ୍ ଅଫିସର ସରିତା ପ୍ରଧାନଙ୍କୁ ଉପନିର୍ଦ୍ଦେଶକ,ନିଯୁକ୍ତି(ପ୍ରଶାସନ) ଭାବେ ବଦଳି କରାଯାଇଛି। ବଲାଙ୍ଗିର ଜିଲ୍ଲାର ତୁଷୁରା ତହସିଲଦାର ରବୀନ୍ଦ୍ର କୁମାର ପଟେଲଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଓଏସଡି ଏବଂ ଢେଙ୍କାନାଳ ଜିଲ୍ଲା ଗଦିଁଆ ବିଡିଓ ଆଶିଷ ରଞ୍ଜନ ସାହୁଙ୍କୁ ମିଶନ ଶକ୍ତି ବିଭାଗର ଉପସଚିବ ଭାବେ ବଦଳି କରାଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |