ପୁରୀ,୨୩।୮: ଆଜି ଶ୍ରାବଣ ଶୁକ୍ଳ ସପ୍ତମୀ ତିଥି। ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିପାଇଁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ସହିତ ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ରତ୍ନ ସିଂହାସନ ଉପରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ। ଦ୍ଵିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ବା ନିତି ହୋଇଥିବାରୁ ଆଜି ପ୍ରାୟ ସନ୍ଧ୍ୟା 6 ଟା ରୁ ରାତି 10 ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି | ବନକଲାଗି ନିତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ |
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |