ଭୁବନେଶ୍ୱର,୨୪।୮: ଓଡ଼ିଶାର ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ ଅଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଏବେ ତାଙ୍କର ଚିକିତ୍ସା ଚାଲିଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି |କିଛି ଦିନ ତଳେ ପ୍ରଣବଙ୍କୁ ଡେଙ୍ଗୁ ହୋଇଥିଲା। ତାଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା। କିଛଦିନ ମେଡିକାଲରେ ଚିକିତ୍ସାଧୀନ ରହିବା ପରେ ସେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ପରେ ପ୍ରଣବ ଅତ୍ୟଧିକ ଦୁର୍ବଳ ଅନୁଭବ କରିଥିଲେ। ତାଙ୍କୁ ପୁଣି ହସପିଟାଲରେ ଭର୍ତ୍ତି କରାଯାଇଥିଲା। ଏବେ ପ୍ରଣବଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲଥିବା ତାଙ୍କ ପତ୍ନୀ କସ୍ତୁରୀକା ପଟ୍ଟନାୟକ ସୂଚନା ଦେଇଛନ୍ତି।ସେ କହିଛନ୍ତି, ପ୍ରଣବ ଧୀରେ ଧୀରେ ସୁସ୍ଥ ହେଉଛନ୍ତି। କଥାବାର୍ତ୍ତା ମଧ୍ୟ କରୁଛନ୍ତି। ଖାଇବା ପିଇବା ଠିକ୍ ଭାବରେ କରୁଛନ୍ତି। ଖୁବ୍ ଶୀଘ୍ର ତାଙ୍କୁ ହସପିଟାଲରୁ ଡିସଚାର୍ଜ ମଧ୍ୟ କରାଯିବ ବୋଲି ତାଙ୍କ ପତ୍ନୀ ସୂଚନା ଦେଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |