ଭୁବନେଶ୍ବର,୨୫ : ରାଜ୍ୟରେ ଡେଙ୍ଗୁ ସ୍ଥିତି ଅଣାୟତ ହୋଇପଡ଼ିଛି। ଦିନକୁ ଦିନ ଡେଙ୍ଗୁ ରୋଗୀ ସଂଖ୍ୟା ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାରଙ୍କ ଚିନ୍ତା ବଢିଛି। ଅଗଷ୍ଟ ୨୩ ତାରିଖ ସୁଦ୍ଧା ରାଜ୍ୟରେ ଡେଙ୍ଗୁ ରୋଗୀ ସଂଖ୍ୟା ୨୭ଶହ ପାର କରିସାରିଛି। ଖୋର୍ଦ୍ଧା ଜିଲ୍ଲା ଡେଙ୍ଗୁର ହଟସ୍ପଟ୍ ପାଲିଟିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୩୩୨ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛିରାଜ୍ୟରେ ଦିନକୁ ଦିନ ଡେଙ୍ଗୁ ରୋଗୀ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲାରେ ସର୍ବାଧିକ ଡେଙ୍ଗୁ ରୋଗୀ ଚିହ୍ନଟ କରାଯାଇଛି। ଏହି ଜିଲାରୁ ଏବେ ସୁଦ୍ଧା ୧୩୩୨ଜଣ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ସେହିପରି ନୟାପଲ୍ଳୀ ଅଞ୍ଚଳରୁ ୧୧୧ଜଣ, ଆଚାର୍ଯ୍ୟ ବିହାରରୁ ୧୦୫ ଜଣ, ଜୟଦେବ ବିହାରରୁ ୬୬ ଜଣ, ୟୁନିଟ୍ -୯ରୁ ୫୯ ଜଣ, ସହିଦ ନଗରରୁ ୫୬ ଜଣ, ୟୁନିଟ୍ ୪ରୁ ୫୦ ଜଣ ଓ ସତ୍ୟନଗରରୁ ୪୯ ଜଣ, ପୁରୀରୁ ୨୭୦ ଜଣ, ବାଲେଶ୍ୱରରୁ ୨୪୮, କଟକରୁ ୧୭୩ ଜଣ ଓ ଜଗତସିଂହପୁରରୁ ୧୫୬ଜଣ ରୋଗୀ ଚିହ୍ନଟ କରାଯାଇଛି। ପ୍ରତିଦିନ ଭୁବନେଶ୍ୱର କ୍ୟାପିଟାଲ ହସପିଟାଲରେ ୬୦୦ରୁ ୮୦୦ ରକ୍ତ ନମୂନା ପରୀକ୍ଷା କରାଯାଉଥିବାବେଳେ ସେଥିରୁ ୭୦ରୁ ୮୦ ପିଜିଟିଭ ଚିହ୍ନଟ ହୋଇଛନ୍ତି। ଡେଙ୍ଗୁ ସ୍ଥିତି ମୁକାବିଲା କରିବାକୁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ସତ୍ତ୍ବେ ବି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ୁନାହିଁ। ଜନସ୍ୱାସ୍ଥ୍ୟ ନିର୍ଦେଶାଳୟ ପକ୍ଷରୁ କ୍ୟାପିଟାଲ ହସ୍ପିଟାଲରେ ସ୍ୱତନ୍ତ୍ର ପରୀକ୍ଷଣ କେନ୍ଦ୍ର ସହିତ ସିଏଚସିରେ ଡେଙ୍ଗୁ ୱାର୍ଡ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |