ଅକ୍ଟୋବରରେ ଓଡ଼ିଶା ଗସ୍ତରେ ଆସିବେ ରାହୁଲ ଓ ପ୍ରିୟଙ୍କା

ଭୁବ‌ନେଶ୍ବର,୨୫ା୮: ଅକ୍ଟୋବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ । ଅକ୍ଟୋବର ଶେଷ ସପ୍ତାହରେ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ । ପ୍ରିୟଙ୍କା ଗାନ୍ଧୀବି ଅକ୍ଟୋବରରେ ଆସିବାର କାର୍ଯ୍ୟକ୍ରମ ରହିଛି । କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅକ୍ଟୋବରରେ ଓଡ଼ିଶା ଆସିପାରନ୍ତି। ରାହୁଲଙ୍କ ସହ ବରିଷ୍ଠ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଏନେଇ ଶୁକ୍ରବାର ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ। ଅକ୍ଟୋବର ଶେଷ ସପ୍ତାହରେ ଉଭୟ ଓଡ଼ିଶା ଗସ୍ତରେ ଆସି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ସେ କହିଛନ୍ତି।ଅଧିରାଜଙ୍କ ସୂଚନା ମୁତାବକ, ଓଡ଼ିଶାର ୫ ଜଣ ବିଧାୟକ ଦିଲ୍ଲୀ ଯାଇ ରାହୁଲଙ୍କୁ ଭେଟିଛନ୍ତି ଏବଂ ଓଡ଼ିଶା ଗସ୍ତ ନେଇ ଆଲୋଚନା କରିଛନ୍ତି। ୪ଟି ଜୋନ୍‌ରେ ସଭା କରିବାକୁ ପ୍ରସ୍ତାବ ଦେଇଛି ରାଜ୍ୟ କଂଗ୍ରେସ। ପିସିସି ସଭାପତିଙ୍କ ସହ ଆଲୋଚନା ପରେ ତାରିଖ ଚୂଡ଼ାନ୍ତ ହେବ ବୋଲି ସେ କହିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!