ଭୁବନେଶ୍ବର,୨୫।୮ :ଭୁବନେଶ୍ୱର ମହାନଗର ନିଗମ (BMC) ପାଇଁ ୪୧୬ଟି ନୂତନ ପଦବୀକୁ ମିଳିଛି ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ। ପୂର୍ବରୁ ବିଏମ୍ସିରେ ଥିଲା ୨୧୦ଟି ପଦବୀ। ବର୍ତ୍ତମାନ ସମୁଦାୟ ପଦବୀ ସଂଖ୍ୟା ୬୨୬କୁ ବୃଦ୍ଧି ପାଇଛି।ପୂର୍ବରୁ ବିଏମ୍ସିର ପ୍ରଶାସନିକ କ୍ଷେତ୍ରରେ ଗୋଟିଏ ଆଡିସନାଲ କମିଶନର ପଦବୀ ଥିବାବେଳେ, ବର୍ତ୍ତମାନ ଆଉ ୩ଟି ଆଡିସନାଲ କମିଶନର ପଦବୀ ସୃଷ୍ଟି କରାଯାଇଛି। ଫଳରେ ଆଡିସନାଲ କମିଶନର ପଦବୀ ସଂଖ୍ୟା ୪କୁ ବୃଦ୍ଧି ପାଇଛି। ସେହିପରି ୬ଟି ନୂତନ ଜୋନାଲ କମିଶନର ପଦବୀ ସୃଷ୍ଟି କରାଯାଇଛି।ଭୁବନେଶ୍ବର ମହାନଗର ନିଗମ ରାଜ୍ୟର ସବୁଠାରୁ ବୃହତ ସ୍ବାୟତ୍ତ ଶାସନ ଅନୁଷ୍ଠାନ । ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ବରର ପରିଚୟକୁ ଆହୁରି ସୁଦୃଢ କରିବା ସହିତ ଏହି ଐତିହ୍ୟ ସଂପନ୍ନ ସହରର ଐତିହାସିକ ମର୍ୟ୍ୟଦାର ସୁରକ୍ଷା ଦିଗରେ ଭୁବନେଶ୍ବର ମହାନଗର ନିଗମର ଗୁରୁଦାୟିତ୍ବ ରହିଛି।ସୂଚନାଯୋଗ୍ୟ,ପୂର୍ବରୁ ନିଗମର ପ୍ରଶାସନିକ କ୍ଷେତ୍ରରେ ଗୋଟିଏ ଆଡିସନାଲ କମିଶନର ପଦବୀ ଥିବାବେଳେ, ବର୍ତ୍ତମାନ ଆଉ ୩ଟି ଆଡିସନାଲ କମିଶନର ପଦବୀ ସୃଷ୍ଟି କରାଯାଇ ସମୁଦାୟ ପଦବୀ ସଂଖ୍ୟା ୪କୁ ବୃଦ୍ଧି କରାଯାଇଛି । ସେହିପରି ୬ଟି ନୂତନ ଜୋନାଲ କମିଶନର ପଦବୀ ମଧ୍ୟ ସୃଷ୍ଟି କରାଯାଇଛି । ପୂର୍ବରୁ ୩ଟି ଡେପୁଟି କମିଶନର ପଦବୀ ଥିବାବେଳେ, ଏଥିରେ ୧୩ଟି ନୂତନ ପଦବୀ ସୃଷ୍ଟି କରାଯାଇ, ସମୁଦାୟ ଡେପୁଟି କମିଶନର ପଦବୀ ସଂଖ୍ୟା ୧୬କୁ ବୃଦ୍ଧି କରାଯାଇଛି । ଏହାସହିତ ପୂର୍ବରୁ ୪ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ଥିବାବେଳେ ଆଉ ୯ଟି ପଦବୀ ସୃଷ୍ଟି କରାଯାଇ ସମୁଦାୟ ୧୩ଟି ପରିମଳ ଆସିଷ୍ଟାଣ୍ଟ କମିଶନର ପଦବୀ ରଖାଯାଇଛି ।ନିଗମର ଅର୍ଥ ବିଭାଗରେ ୧୧ଟି ନୂତନ ପଦବୀ ସୃଷ୍ଟି କରାଯାଇଥିବା ବେଳେ ଯୋଜନା ବିଭାଗରେ ୪ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ଇଂଜିନିୟରିଂ (ୱାର୍କ୍ସ) ବିଭାଗରେ ୧୭ଟି ନୂତନ ପଦବୀ, ସାନିଟେସନ (ଇଂଜିନିୟରିଂ) ବିଭାଗରେ ୫ଟି ନୂତନ ପଦବୀ, ଡ୍ରେନେଜ ବିଭାଗରେ ୨୦ଟି ପଦବୀ, ମେକାନିକାଲ ବିଭାଗରେ ୨ଟି, ଆଇନ ବିଭାଗରେ ଗୋଟିଏ, ଲୋକସଂପର୍କ ବିଭାଗରେ ୨ଟି, ସୌନ୍ଦର୍ୟ୍ୟକରଣ ଓ ଲ୍ୟାଣ୍ଡ ସ୍କେପିଂ ବିଭାଗରେ ୭ଟି, ପ୍ରାଣୀକଲ୍ୟାଣ ବିଭାଗରେ ୪ଟି, ସାମାଜିକ କଲ୍ୟାଣ ବିଭାଗରେ ୧୩ଟି, ବିପର୍ୟ୍ୟୟ ଓ ଜରୁରୀ ସେବା ବିଭାଗରେ ଗୋଟିଏ, ଏନ୍ଫୋର୍ସମେଣ୍ଟ ବିଭାଗରେ ୧୯ଟି, ଅମଲା ବିଭାଗରେ ୯୩ଟି ଏବଂ ୱାର୍ଡ ଅଫିସ ବିଭାଗରେ ୧୮୭ଟି ନୂତନ ପଦବୀ ସୃଷ୍ଟି କରାଯାଇଛି ।ଇଂଜିନିୟରିଂ (ୱାର୍କ୍ସ) ବିଭାଗରେ ପୂର୍ବରୁ ୨ଟି ସିଭିଲ କାର୍ୟ୍ୟନିର୍ବାହୀ ଅଧିକାରୀ ଥିବାବେଳେ ଏହାକୁ ୬କୁ ବୃଦ୍ଧି କରାଯାଇଛି। ସେହିପରି ସହକାରୀ କାର୍ୟ୍ୟନିର୍ବାହୀ ଅଧିକାରୀ ପଦବୀକୁ ୭ ରୁ ୧୩କୁ ବୃଦ୍ଧି କରାଯାଇଛି ଏବଂ ସିଭିଲ ଜୁନିଅର ଇଂଜିନିୟରିଂ ପଦବୀ ସଂଖ୍ୟାକୁ ୧୭ରୁ ୨୪କୁ ବୃଦ୍ଧି କରାଯାଇଛି ପରିମଳ (ଇଂଜିନିୟରିଂ) ଏକ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ଏଥିରେ ମଧ୍ୟ ୫ଟି ନୂତନ ପଦବୀ ସୃଷ୍ଟି କରାଯାଇଛି । ଏଥିରେ ଗୋଟିଏ କାର୍ୟ୍ୟନିର୍ବାହୀ ଅଧିକାରୀ (ପରିମଳ), ଗୋଟିଏ ଅତିରିକ୍ତ କାର୍ୟ୍ୟନିର୍ବାହୀ ଅଧିକାରୀ (ପରିମଳ) ଓ ୩ଟି ଜୁନିଅର ଇଂଜିନିୟର (ପରିମଳ) ଅନ୍ତର୍ଭୁକ୍ତ ।ସେହିପରି ଡ୍ରେନେଜ ବିଭାଗରେ ୨୦ଟି ନୂତନ ପଦବୀ ସୃଷ୍ଟି କରାଯାଇଛି। ଏଥିରେ ଗୋଟିଏ କାର୍ୟ୍ୟନିର୍ବାହୀ ଅଧିକାରୀ, ୭ଟି ଅତିରିକ୍ତ କାର୍ୟ୍ୟନିର୍ବାହୀ ଅଧିକାରୀ ଓ ୧୨ଟି ଜୁନିଅର ଇଂଜିନିୟର ପଦବୀ ରହିଛି।ୱାର୍ଡ ପରିଚାଳନା ସବୁଠାରୁ ଗୁରୁତ୍ବପୂର୍ଣ୍ଣ କ୍ଷେତ୍ର ହୋଇଥିବାରୁ ୧୮୭ଟି ପଦବୀ ନୂତନ ପଦବୀ ସୃଷ୍ଟି କରାଯାଇଛି । ପୂର୍ବରୁ ଏଥିରେ ୮୧ଟି ପଦବୀ ଥିଲା । ବର୍ତ୍ତମାନ ସମୁଦାୟ ପଦବୀ ସଂଖ୍ୟା ୨୬୮ ହେଲା । ପୂର୍ବରୁ ୱାର୍ଡ ଅଫିସର ପଦବୀ ନ ଥିବା ବେଳେ, ଏଥିରେ ୬୭ଟି ନୂଆ ୱାର୍ଡ ଅଫିସର ପଦବୀ ସୃଷ୍ଟି କରାଯାଇଛି । ସେହିପରି ୱାର୍ଡ ରେଭେନ୍ୟୁ ଅଫିସର (ଟ୍ୟାକ୍ସ କଲେକ୍ଟର) ପଦବୀ ସଂଖ୍ୟା ୫୦ ଥିବାବେଳେ ଏହା ୬୭କୁ ବୃଦ୍ଧି ପାଇଛି । ସାନିଟାରୀ ଇନ୍ସପେକ୍ଟର ପଦବୀ ସଂଖ୍ୟା ୬ଟି ଥିବାବେଳେ, ଏଥିରେ ୬୧ଟି ନୂଆ ପଦବୀ ଯୋଗ କରାଯାଇଛି । ସେହିପରି କମ୍ୟୁନିଟି ଅର୍ଗାନାଇଜର ପଦବୀ ସଂଖ୍ୟା ୨୫ରୁ ୬୭କୁ ବୃଦ୍ଧି କରାଯାଇଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |