ନୂଆଦିଲ୍ଲୀ ,୨୫।୮: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗ୍ରୀସ ଦ୍ୱିତୀୟ ସର୍ବୋଚ୍ଚ ନାଗରିକ ପୁରସ୍କାର ପ୍ରଦାନ କରିଛି। ଏଥେନ୍ସରେ ଗ୍ରୀସର ରାଷ୍ଟ୍ରପତି କାଟେରିନା ଏନ. ସାକେଲାରାପୋଲୁ ଗ୍ରାଣ୍ଡ କ୍ରସ ଅଫ ଅର୍ଡର ଅଫ ଅନରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମ୍ମାନିତ କରିଛନ୍ତି।ଗ୍ରୀସ୍ ରାଷ୍ଟ୍ରପତି ଶ୍ରୀମତୀ କାଟେରିନା ସାକେଲାରୋପୋଉଲୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ଅନରରେ ସମ୍ମାନିତ କରିଛନ୍ତି।ଅର୍ଡର ଅଫ୍ ଅନର ୧୯୭୫ ମସିହାରେ ସ୍ଥାପିତ ହୋଇଥିଲା । ତାରାର ସମ୍ମୁଖ ପାର୍ଶ୍ୱରେ ଦେବୀ ଏଥେନାଙ୍କ ମୁଣ୍ଡକୁ “କେବଳ ସତ୍ପୁରୁଷମାନଙ୍କୁ ସମ୍ମାନ ଦିଆଯିବା ଉଚିତ” ଲେଖା ସହିତ ଚିତ୍ରିତ କରାଯାଇଛି । ଗ୍ରାଣ୍ଡ କ୍ରସ୍ ଅଫ୍ ଦି ଅର୍ଡର ଅଫ୍ ଅନର ଗ୍ରୀସର ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ଏବଂ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ପ୍ରଦାନ କରନ୍ତି, ଯେଉଁମାନେ ସେମାନଙ୍କର ଉଲ୍ଲେଖନୀୟ ପଦବୀ କାରଣରୁ ଗ୍ରୀସର ମର୍ଯ୍ୟାଦା ବୃଦ୍ଧି କରିବାରେ ଅବଦାନ ଦେଇଥାନ୍ତି ।ପ୍ରଧାନମନ୍ତ୍ରୀ ମୋଦି ଏହି ସମ୍ମାନ ପାଇଁ ଗ୍ରୀସକୁ ଧନ୍ୟବାଦ ଜଣାଇଛନ୍ତି। ସେ ଟୁଇଟରରେ ଲେଖିଛନ୍ତି, ମୁଁ ରାଷ୍ଟ୍ରପତି କାଟେରିନା ଏନ, ଗୀସ ସରକାର, ଲୋକଙ୍କୁ ଧନ୍ୟବାଦ ଦେବାକୁ ଚାହୁଁଛି। ଏହା ଗ୍ରୀସବାସୀଙ୍କ ଭାରତ ପ୍ରତି ସମ୍ମାନ ଦର୍ଶାଉଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |