ବେଙ୍ଗାଲୁରୁ,୨୬/୮ : ଅଗଷ୍ଟ ୨୩ ତାରିଖକୁ ଜାତୀୟ ମହାକାଶ ଦିବସ ଭାବେ ଭାରତ ପାଳନ କରିବ ବୋଲି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଚନ୍ଦ୍ରଯାନ -୩ର ସଫଳତା ଅବସରରେ ବେଙ୍ଗାଲୁରୁ ଇସ୍ରୋ ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇବା ଅବସରରେ ଏହି ବଡ଼ ଘୋଷଣା କରିଛନ୍ତି। ତା’ ସହିତ ଯେଉଁଠି ଚନ୍ଦ୍ରଯାନ-୩ ଅବତରଣ କରିଛି, ଚନ୍ଦ୍ରର ସେହି ସ୍ଥାନକୁ ଶିବଶକ୍ତି ଏବଂ ଯେଉଁଠି ଚନ୍ଦ୍ରୟାନ -୨ ଅବତରଣ କରିଥିଲା, ତାର ନାଁ ତ୍ରିରଙ୍ଗା ରଖାଯାଇଥିବା ଜଣାପଡ଼ିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |