ପୁରୀ,୨୭ା୮: ଶନିବାର ରାତିରେ ପୁରୀ ଗସ୍ତରେ ଆସି ରାଜ୍ୟ ୫-ଟି ସଚିବ ଭି. କେ ପାଣ୍ଡିଆନ ଶ୍ରୀ ଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱ ପରିକ୍ରମା ମାର୍ଗ ନିର୍ମାଣ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଜିଲ୍ଲା ପ୍ରଶାସନ, ଓଡ଼ିଶା ସେତୁ ଓ ନିର୍ମାଣ ନିଗମ ଏବଂ ଟାଟା କମ୍ପାନୀର ଅଧିକାରୀଙ୍କ ସହ ସେ ଆଲୋଚନା କରିଛନ୍ତି। ଅକ୍ଟୋବର ମାସ ଶେଷ ସୁଦ୍ଧା ନିର୍ମାଣ କାର୍ଯ ଶେଷ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। ପରିକ୍ରମା ମାର୍ଗ ନିର୍ମାଣ ପାଇଁ ଉଚ୍ଛେଦ ହୋଇଥିବା ମଠ ଗୁଡ଼ିକର ସୌନ୍ଦର୍ଯ୍ୟକରଣ ଏବଂ ଐତିହ୍ୟ ରଘୁନନ୍ଦନ ପାଠାଗାର ପୁନଃନିର୍ମାଣ ସମ୍ପର୍କରେ ଆଲୋଚନା ହୋଇଥିବା ଜଣାପଡିଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |