ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ପରଲୋକ

କଟକ,୨୭/୮: ଅନ୍ତର୍ଜାତୀୟ ଖ୍ୟାତି ସଂପନ୍ନ ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ରଙ୍କ ପରଲୋକ ହୋଇଯାଇଛି। ଚିକିତ୍ସାଧିନ ଅବସ୍ଥାରେ କଟକ ଏସସିବି ମେଡିକାଲରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି। ମୃତ୍ୟୁବେଳକୁ ଜୟନ୍ତ ମହାପାତ୍ରଙ୍କୁ ୯୫ ବର୍ଷ ହୋଇଥିଲା। ଅନ୍ତର୍ଜାତୀୟ ଖ୍ୟାତି ସଂପନ୍ନ ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ନିମୋନିଆରେ ଆକ୍ରାନ୍ତ ହେବା ସହ ସ୍ନାୟୁ ରୋଗରେ ପୀଡିତ ହୋଇଥିଲେ। ଅଗଷ୍ଟ ୪ରେ ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ଅସୁସ୍ଥ ହୋଇପଡିବାରୁ ତାଙ୍କୁ କଟକ ଏସସିବିକୁ ଅଣାଯାଇଥିଲା । ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସୁଥିବା ବେଳେ ହଠାତ ସ୍ୱାସ୍ଥ୍ୟବସ୍ଥା ବିଗିଡିଯାଇଥିଲା। ଗତକାଲି ରାତିରେ ତାଙ୍କର ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରକୁ ସ୍ଥାନାନ୍ତର କରାଯାଇଥିଲା। ଆଜି ତାଙ୍କର ୯୫ ବର୍ଷ ବୟସରେ ପରଲୋକ ହୋଇଯାଇଛି । ଅନ୍ତର୍ଜାତୀୟ ଖ୍ୟାତି ସଂପନ୍ନ ବିଶିଷ୍ଟ କବି ପଦ୍ମଶ୍ରୀ ଜୟନ୍ତ ମହାପାତ୍ର ଉଭୟ ଓଡିଆ ଇଂରାଜୀରେ କବିତା ସଂକଳନ ସହ ଗପ ବହି, ଆତ୍ମଜିବନୀ ପାହିନି ରାତି ଓଡିଆ ସାହିତ୍ୟକୁ ରୁଦ୍ଧିମନ୍ତ କରିଥିଲା। ସାହିତ୍ୟ ସାଧନା ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନ, କେନ୍ଦ୍ର ସାହିତ୍ୟ ଏକଡେମୀ ପୁରସ୍କାର, ଉତ୍କଳ ରତ୍ନ ସମ୍ମାନ, ସାରଳା ସମ୍ମାନ, ବିଷୁବ ପୁରସ୍କାରରେ ସମ୍ମାନୀତି କରାଯାଇଥିଲା।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!