ଭୁବନେଶ୍ବର, ୩୦ା୮: ଆଜି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା। ରକ୍ଷା ବନ୍ଧନ ହିନ୍ଦୁଙ୍କ ଏକ ପବିତ୍ର ପର୍ବ । ଆଜି ଦିନରେ ଭଉଣୀ ତା ଭାଇ ହାତରେ ରାକ୍ଷୀ ବାନ୍ଧି ନିଜର ସୁରକ୍ଷା ମନାସିଥାଏ। ଆଉ ଭାଇ ନିଜ ଭଉଣୀର ସୁରକ୍ଷା ପାଇଁ ଦିଏ ପ୍ରତିଶ୍ରୁତି। ଭାଇର ହାତରେ ସ୍ନେହର ଡୋରୀ ବାନ୍ଧିଥାଏ ଭଉଣୀ। ଭାଇଟିଏ ଭଉଣୀକୁ ପ୍ରତିଶ୍ରୁତି ଦେଇଥାଏ ସବୁ ବିପଦ ଆପଦରୁ ତାକୁ ରକ୍ଷା କରିବାକୁ। ସେଥିପାଇଁ ଭଉଣୀ ଏହି ଦିନଟିକୁ ଖୁବ୍ ଉତ୍କଣ୍ଠାର ସହିତ ଅପେକ୍ଷା କରିଥାଏ। ଶ୍ରାବଣ ମାସ ଶୁକ୍ଲପକ୍ଷ ପୂର୍ଣ୍ଣିମା ତିଥିରେ ରକ୍ଷା ବନ୍ଧନ ପାଳନ କରାଯାଇଥାଏ । ହେଲେ ଭଦ୍ରାକାଳ ଥିଲେ ରକ୍ଷୀ ବାନ୍ଧିବା ଅଶୁଭ ମନାଯାଇଥାଏ। ଏବର୍ଷ ରାକ୍ଷୀ ପିନ୍ଧାକୁ ନେଇ ଦ୍ବନ୍ଦ୍ବ ଉପିଜିଛି। ଆଜି ଅଗଷ୍ଟ ୩୦ ତାରିଖରେ ପୂରା ଦିନ ଭଦ୍ରା କାଳ ରହିବ । ୩୦ ଅଗଷ୍ଟରେ ପୂର୍ଣ୍ଣିମା ତିଥି ସହ ସକାଳ ୧୦ଟା ୫୯ ମିନିଟରୁ ଭଦ୍ରାକାଳ ଆରମ୍ଭ ହେଉଛି । ଏହି ସମୟରେ ରାକ୍ଷୀ ବାନ୍ଧିବା ଅଶୁଭ ବିବେଚନା କରାଯାଇଥାଏ । ତେବେ ରାତି ୯ଟା ୨ ମିନିଟରେ ଭଦ୍ରାକାଳ ଶେଷ ହେଉଥିବାରୁ ଏହାପରେ ନିଜ ଭାଇ ହାତରେ ରାକ୍ଷୀ ବାନ୍ଧି ପାରିବେ। ୩୧ ଅଗଷ୍ଟରେ ବି ଆପଣ ରାକ୍ଷୀ ବାନ୍ଧି ପାରିବେ। ଅଗଷ୍ଟ ୩୧ ସକାଳ ୭ଟା ୫ ମିନିଟ ପର୍ଯ୍ୟନ୍ତ ରାକ୍ଷୀ ବାନ୍ଧି ପାରିବେ ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |