ଭୁବନେଶ୍ୱର,୩୦।୮: ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଯାହାର ପ୍ରଭାବରେ ଆସନ୍ତା ୨ ତାରିଖରୁ ରାଜ୍ୟର କିଛି ଅଞ୍ଚଳରେ ଭାରି ବର୍ଷା ସମ୍ଭାବନା ରହିଛି। ତେବେ ୩ ଓ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ବଙ୍ଗୋପସାଗରର ଉତ୍ତେ-ପୂର୍ବ କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହେଉଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ୧ ତାରିଖରୁ କିଛି କିଛି ଅଞ୍ଚଳରେ ବର୍ଷା ହେବ । ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ପର୍ଯ୍ୟନ୍ତ ରହିଛି । ୨ ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହି ଥିବା ବେଳେ ୪ ତାରିଖରୁ ରାଜ୍ୟରେ ଏହାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ତରଫରୁ ଆଗୁଆ ଆକଳନ କରାଯାଇଛି ।ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍ ଅନୁସାରେ ସେପ୍ଟେମ୍ୱର ୧ ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଦେବଗଡ଼,ଅନୁଗୋଳ, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ସାମାନ୍ୟ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୨ ତାରିଖରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ବର୍ଷା ସହ ବଜ୍ରପାତ ଓ ଘଡ଼ଘଡ଼ି ହେବାର ସମ୍ଭାବନା ରହିଛି। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |