ଭୁବନେଶ୍ଵର,୩୧/୮ : ଭୁବନେଶ୍ୱରରୁ ଉତ୍କେଳା ଏୟାରପୋର୍ଟକୁ ଆଜି ଆରମ୍ଭ ହୋଇଛି ବିମାନ ସେବା। ସକାଳ ୯ଟା ୭ରେ ଦିଲ୍ଲୀରୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଭାସୀ ମାଧ୍ୟମରେ ଏହାର ଉଦ୍ଘାଟନ କରିବା ପରେ ଭୁବନେଶ୍ୱର ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ସପ୍ତାହକୁ ଦୁଇ ଦିନ ମିଳିବ ବିମାନ ସେବା ମିଳିବ ବୋଲି ଜଣାପଡ଼ିଛି। କଳାହାଣ୍ଡିବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ସାକାର ହୋଇଛି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |