୨୧ରେ ବାଚସ୍ପତି ନିର୍ବାଚନ; ୨୨ରୁ ବିଧାନସଭା

ଭୁବନେଶ୍ୱର,୩୧ା୮:ଆସନ୍ତା ୨୧ ତାରିଖରେ ବାଚସ୍ପତି ନିର୍ବାଚନ ହେବ ବୋଲି ସୂଚନା ମିଳିଛି। ମନ୍ତ୍ରୀ ବିକ୍ରମ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଖାଲିପଡ଼ିଥିଲା ବାଚସ୍ପତି ପଦ। କିଏ ବାଚସ୍ପତି ହେବ ଓ କେବେ ନିର୍ବାଚନ ହେବ ତାକୁ ନେଇ ଜାରି ରହିଥିଲା କଳ୍ପନାଜଳ୍ପନା।   ଏଥିପାଇଁ ୧୮ ତାରିଖରେ ବାଚସ୍ପତି ପାଇଁ ଅଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ରହିଛି।ମେ’ ୧୨ ତାରିଖରେ ବିକ୍ରମ କେଶରୀ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ମେ’ ୨୨ ତାରିଖରେ ତାଙ୍କୁ ଅର୍ଥ ବିଭାଗ ଦାୟିତ୍ୱ ଦିଆଯାଇଥିଲା। ଏହି ବିଭାଗ ପୂର୍ବରୁ ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ହାତରେ ଥିଲା। ନିରଞ୍ଜନ ପୂଜାରୀ ଏବେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ସଂସଦୀୟ ବ୍ୟାପାରା ମନ୍ତ୍ରୀ ଅଛନ୍ତି। ଗତ ବର୍ଷ ଜୁନ୍ ମାସରେ ବରିଷ୍ଠ ବିଧାୟକ ସୂର୍ଯ୍ୟନାରାୟଣ ପାତ୍ର ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଏହି ଆସନରେ ବସିଥିଲେ ବିକ୍ରମ କେଶରୀ ଆରୁଖ।ସେହିପରି ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ୨୨ରୁ ବିଧାନସଭା ଆରମ୍ଭ ହୋଇ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଅଧିବେଶନ ଚାଲିବ ବୋଲି ସୂଚନା ଦିଆଯାଇଛି। ଏହାସହ ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବା ନେଇ ସୂଚନା ରହିଛି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!