୧୮ରୁ ବସିବ ସଂସଦର ସ୍ୱତନ୍ତ୍ର ଅଧିବେଶନ

ନୂଆଦିଲ୍ଲୀ,୩୧।୮:ସଂସଦର ସ୍ବତନ୍ତ୍ର ଅଧିବେଶନ ଡାକିଛନ୍ତି କେନ୍ଦ୍ର ସରକାର । ଏ ସଂପର୍କରେ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ସୂଚନା ଦେଇଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ । ସେପ୍ଟେମ୍ବର ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ସଂସଦର ସ୍ୱତନ୍ତ୍ର ଅଧିବେଶନରେ କେନ୍ଦ୍ର ସରକାର ‘ଏକ ରାଷ୍ଟ୍ର, ଗୋଟିଏ ନିର୍ବାଚନ’ ବିଲ୍‌ ଆଗତ କରିପାରନ୍ତି। ସେପଟେମ୍ବର ୧୮ରୁ ୨୨ ତାରିଖ ଯାଏ ଉଭୟ ରାଜ୍ୟ ସଭା ଓ ଲୋକସଭାରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହେବ ବୋଲି ସେ ଉଲ୍ଲେଖ କରିଛନ୍ତି ।କିନ୍ତୁ ପ୍ରକୃତରେ କେଉଁ କାରଣ ପାଇଁ ମୋଦି ସରକାର ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି, ତାହା ସ୍ପଷ୍ଟ ହୋଇନାହିଁ । କିଛି ଦିନ ହେଲା ଚର୍ଚ୍ଚା ହେଉଛି ଯେ, ଆଗୁଆ ସରକାର ଭାଙ୍ଗି ସାଧାରଣ ନିର୍ବାଚନ ଆଗୁଆ କରାଯାଇପାରେ । ଏଥିପାଇଁ ବିଜେପି ପ୍ରସ୍ତୁତି କରୁଥିବା ଆଗରୁ ମମତା ବାନାର୍ଜୀ ଓ ନୀତିଶ କୁମାର କହିଥିଲେ।‘ଏକ ରାଷ୍ଟ୍ର, ଗୋଟିଏ ନିର୍ବାଚନ’ର ଅର୍ଥ ଲୋକସଭା ନିର୍ବାଚନ ଏବଂ ବିଭିନ୍ନ ରାଜ୍ୟର ବିଧାନସଭା ନିର୍ବାଚନ ଏକାସାଙ୍ଗରେ କରିବାର ଚିନ୍ତାଧାରା। ପୂର୍ବରୁ ମଧ୍ୟ ଅନେକ ଥର ଏହି ଧାରଣା ଉପସ୍ଥାପନ କରାଯାଇଛି ଏବଂ ଭାରତୀୟ ଆଇନ ଆୟୋଗ ଏହାକୁ ଅଧ୍ୟୟନ କରିଛନ୍ତି।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!