ଭୁବନେଶ୍ୱର,୧ା୯ :ଆସନ୍ତା ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭାର ସ୍ବଳ୍ପକାଳୀନ ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହା ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଅଧିବେଶନର ପ୍ରଥମ ଦିବସରେ ୨୦୨୩-୨୪ ଆର୍ଥିକବର୍ଷ ପାଇଁ ପ୍ରଥମ ଅତିରିକ୍ତ ବଜେଟ୍ ଆଗତ ହେବ। ଏହି ଅଧିବେଶନରେ ମୋଟ ୮ଟି କାର୍ଯ୍ୟ ଦିବସ ରହିଛି। ଅକ୍ଟୋବର ୩ ତାରିଖରେ ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ଆଗତ ହେବ। ଅଧିବେଶନ ପୂର୍ବରୁ ବିଧାନସଭାରେ ଖାଲିି ପଡ଼ିଥିବା ବାଚସ୍ପତି ପଦବୀ ପାଇଁ ସେପ୍ଟେମ୍ବର ୨୧ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |