ବିଜେଡିରୁ ବିପିନ ଚନ୍ଦ୍ର ପ୍ରଧାନ ବହିଷ୍କୃତ

ଭୁବନେଶ୍ୱର,୧।୯:ଦିଗପହଣ୍ଡି ଜିଲ୍ଲାପରିଷଦ ସଦସ୍ୟ ବିପିନ ପ୍ରଧାନଙ୍କୁ ବିଜେଡି ଦଳରୁ ବହିଷ୍କୃତ କରାଯାଇଛି। ଦଳ ବିରୋଧୀ କାମ ପାଇଁ ବିପିନଙ୍କୁ ଦଳରୁ ବାହାର କରିଦିଆଯାଇଥିବା ପ୍ରେସ ରିଲିଜ୍ ମାଧ୍ୟମରେ ସୂଚନା ଦେଇଛନ୍ତି ରାଜ୍ୟ ସମ୍ପାଦକ ମାନସ ମଙ୍ଗରାଜ।ଦିଗପହଣ୍ଡି ଜିଲ୍ଲା ପରିଷଦ ସଦସ୍ୟ ବିପିନ ଚନ୍ଦ୍ର ପ୍ରଧାନଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଛି। ଦଳ ବିରୋଧୀ କାମ ପାଇଁ ଦଳରୁ ବହିଷ୍କୃତ କରିଛନ୍ତି ବିଜେଡି ସଭାପତି ନବୀନ ପଟ୍ଟନାୟକ । ଏନେଇ ବିଜେଡି ସାଧାରଣ ସଂମ୍ପାଦକ ମାନସ ମଙ୍ଗରାଜଙ୍କ ସୂଚନା ଦେଇଛନ୍ତି । ଅଭିଯୋଗ ଅନୁଯାୟୀ ବିପିନଙ୍କ ସମର୍ଥକ ମାନେ ଦିଗପହଣ୍ଡି ବ୍ଲକ ଅଧ୍ୟକ୍ଷ ନିର୍ବାଚନ ସମୟରେ ବିଶୃଙ୍ଖଳା ସୃଷ୍ଟି କରିଥିଲେ।

ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |

SUPPORT US

Spread the love
error: Content is protected !!