ଭୁବନେଶ୍ୱର,୨।୯ :ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ଟ୍ୱିନ୍ ସିଟିରେ ଢ଼ାଳୁଛି ବର୍ଷା । ପ୍ରବଳ ବର୍ଷା ପାଇଁ ଟ୍ୱିନ ସିଟିକୁ ସତର୍କତା ଜାରି କରାଯାଇଛି । ଦୁଇ ଘଣ୍ଟା ପାଇଁ ଭୁବନେଶ୍ୱର ଓ କଟକ ସହରକୁ ସତର୍କ ସୂଚନା ଦିଆଯାଇଛି । ଏଥିପାଇଁ ଲୋକଙ୍କୁ ଘରୁ ନବାହାରିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି । ଆସନ୍ତାକାଲି ଉତ୍ତର ବଙ୍ଗୋପସାଗରରେ ହେବାକୁ ଥିବା ଘୁର୍ଣ୍ଣବଳୟ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଲଘୁଚାପର ପ୍ରଭାବରେ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସମ୍ଭାବ୍ୟ ବର୍ଷାକୁ ଦେଖି ରାଜ୍ୟର ୨୨ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଜାରି ରହିଛି । ବୌଦ୍ଧ ଜିଲ୍ଲାରେ ବଜ୍ରପାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ରାଉତବାହାଲ ଗାଁରେ ବିଲରେ କାମ କରୁଥିବା ବେଳେ ଅଘଟଣ ଘଟିଛି ।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |