ଭୁବନେଶ୍ୱର,୨/୯: ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କର ଆଜି ପରଲୋକ ହୋଇଯାଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବିଧାନସଭା କ୍ଷେତ୍ରରୁ ପ୍ରତିନିଧିତ୍ୱ କରୁଥିଲେ । ୭ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ୭୫ ବୟସରେ ପରଲୋକ ହୋଇଛି। ‘ସୂର୍ଯ୍ୟ ପାତ୍ର’ ଓ ‘ଆନ୍ନା’ ଭାବେ ଜଣାଶୁଣା ସୂର୍ଯ୍ୟନାରାୟଣ ପାତ୍ର ରାଜ୍ୟରେ ମନ୍ତ୍ରୀ, ବାଚସ୍ପତି ଏବଂ ବିଜେଡି ଦଳର ବିଭିନ୍ନ ପଦପଦବୀରେ ରହି ସଫଳତାର ସହ କାର୍ଯ୍ୟ କରି ପ୍ରଶଂସିତ ହୋଇଛନ୍ତି।
ଅନ୍ତର୍ଜାତୀୟରୁ ଆରମ୍ଭ କରି ଜାତୀୟ ତଥା ରାଜ୍ୟର ୩୧୪ ବ୍ଲକରେ ଘଟୁଥିବା ପ୍ରତିଟି ଘଟଣା ଉପରେ ଓଡିଆନ୍ ନ୍ୟୁଜ ଆପଣଙ୍କୁ ଦେଉଛି ୨୪ ଘଂଟିଆ ଅପଡେଟ | କରୋନାର ସଂକଟ ସମୟରେ ଆମେ ଲୋଡୁଛୁ ଆପଣଙ୍କ ସହଯୋଗ । ଓଡିଆନ୍ ନ୍ୟୁଜ ଡିଜିଟାଲ ମିଡିଆକୁ ଆର୍ଥିକ ସମର୍ଥନ ଜଣାଇ ଆଂଚଳିକ ସାମ୍ବାଦିକତାକୁ ଶକ୍ତିଶାଳୀ କରନ୍ତୁ |